www.samajalive.in
Saturday, December 13, 2025
21.1 C
Bhubaneswar

ମିଳିଛି ଏକ ଲକ୍ଷ ଅନୁଦାନ, ମରାମତି ହେଉନି ଗଙ୍ଗାଧର ମଣ୍ଡପ

ଜଂହାପଙ୍କ: ବୌଦ୍ଧ ବ୍ଲକ ଲଷ୍ମୀପ୍ରସାଦ ପଞ୍ଚାୟତ ଅନ୍ତର୍ଗତ ନାରାୟଣ ନଗର ଗ୍ରାମରେ ଥିବା ଗଙ୍ଗାଧର ମେହେରଙ୍କ ମଣ୍ଡପ ଜରାଜୀର୍ଣ୍ଣ ଅବସ୍ଥାରେ ପଡିରହିଛି। ଚାରିଖମ୍ବରେ ନିର୍ମିତ ଏହି ମଣ୍ଡପର ଦୁଇଟି ପିଲରର କଂକ୍ରିଟ୍‌ ଝଡି ଲୁହାରଡଗୁଡିକ ଝୁଲି ରହିଛି। ନାରାୟଣ ନଗର ଗ୍ରାମରେ ଶତକଡ଼ା ୯୦ ଭାଗ ଭୁଲିଆ ଜାତିରଥିବାରୁ ପ୍ରାୟ ୧୫ ବର୍ଷ ତଳେ ସବୁଜକବିଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଥିଲା। ଏହାର ମରାମତି ପାଇଁ ବାରମ୍ବାର ଦାବି ପରେ ସ୍ଥାନୀୟ ବିଧାୟକ ୧ ଲକ୍ଷ ଟଙ୍କା ମରାମତି ପାଇଁ ଅନୁଦାନ ଦେଇଥିଲେ। ଆଜକୁ ଦୁଇ ବର୍ଷ ବିତିଯାଇଥିଲେ ମଧ୍ୟ ଏହାର ମରାମତି ଦିଗରେ କୌଣସି ପଦକ୍ଷେପ ନେଉନଥିବାରୁ ଜନସାଧାରଣରେ ଅସନ୍ତୋଷ ବୃଦ୍ଧି ପାଉଛି। ଜିଲ୍ଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ବୁଦ୍ଧିଜୀବୀ ମହଲରେ ଦାବି ହେଉଛି।

Hot this week

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ ସମ୍ପନ୍ନ

ଗୋପାଳପୁର -   ଗୋପାଳପୁର ଥାନା ଅନ୍ତର୍ଗତ ପୁରୁଣା ବକ୍ସିପଲ୍ଲୀ ଗ୍ରାମରେ  ସେନାର...

ପରିଶ୍ରା କରିଦେବାରୁ ପ୍ରଥମ ଶ୍ରେଣୀ ଛାତ୍ରକୁ ବାଡିରେ ମାଡ ମାରି ଆହତ କଲେ ଚତୁର୍ଥ ଶ୍ରେଣୀ ଛାତ୍ର

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ସଲାଗୁଡା ପଞ୍ଚାୟତ ସଲାଗୁଡା...

ଭାରସ୍ୟାମ ହରାଇ ବାଇକ ଦୁର୍ଘଟଣା ଜଣେ ମୃତ

ପାଟଣା - ଘଟଗାଁ ଥାନା ଅଞ୍ଚଳ ୨୦ ନଂ ଜାତୀୟ ରାଜପଥର...

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

Related Articles

Popular Categories