www.samajalive.in
Sunday, December 7, 2025
26.1 C
Bhubaneswar

ସରପଞ୍ଚଙ୍କ ଗୁଳିମାଡରେ ଯୁବକ ଗୁରୁତର

ସୁବର୍ଣ୍ଣପୁର : ଯୁବକଙ୍କୁ ଗୁଳିମାଡ କଲେ ସରପଞ୍ଚ।  ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ସରପଞ୍ଚଙ୍କ ଗୁଳିମାଡରେ ଜଣେ ଯୁବକ ଗୁରୁତର ହୋଇଛନ୍ତି।  ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା କଷୁରବନ୍ଧ ଗାଁରେ ଏଭଳି କିଛି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଗୁରୁତର ଜଣକ ହେଲେ କଷୁରବନ୍ଧ ଗାଁର ରାଜେନ୍ଦ୍ର କର୍ଣ୍ଣ। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ରାତି ପ୍ରାୟ ୯ ଟା ସମୟରେ କଷୁରବନ୍ଧ ସରପଞ୍ଚ ସରୋଜ କର୍ଣ୍ଣ ଓ ତାଙ୍କ ବାପା,ଭାଇଙ୍କ ସହ ରାଜେନ୍ଦ୍ରଙ୍କର କୌଣସି କଥାକୁ ନେଇ ବଚସା ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ସରପଞ୍ଚ ସରୋଜ କର୍ଣ୍ଣ  ରାଜେନ୍ଦ୍ରଙ୍କ ଉପରକୁ ପ୍ରଥମେ ଗୋଟିଏ ରାଉଣ୍ଡ ଫାଙ୍କା ଗୁଳି ଚାଳନା କରିଥିଲେ। ଏହାପରେ ରାଜେନ୍ଦ୍ରଙ୍କ ଦୁଇ ଗୋଡକୁ ଦୁଇ ରାଉଣ୍ଡ ଗୁଳିମାଡ ହୋଇଥିବା ସୂଚନା ମିଳିଛି। ପରବର୍ତ୍ତୀ ସମୟରେ ରାଜେନ୍ଦ୍ର ତଳେ ପଡିଯାଇଥିଲେ। ପରେ ସରପଞ୍ଚ, ତାଙ୍କ ଭାଇ ଏବଂ ବାପା ମିଶି ରାଜେନ୍ଦ୍ରଙ୍କୁ ଲାଠିରେ ନିସ୍ତୁକ ମାଡ ମାରିଥିବା ଅଭିଯୋଗ ହୋଇଛି।  ରାଜେନ୍ଦ୍ରଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ମନମୁଣ୍ଡା ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ପରେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ତାଙ୍କୁ ସୋନପୁର ଡାକ୍ତରଖାନରେ ଭର୍ତ୍ତି କରାଯାଇଛି । ଘଟଣାକୁ ନେଇ ସରପଞ୍ଚଙ୍କ ନାଁରେ ରାଜେନ୍ଦ୍ରଙ୍କ ପରିବାର ଲୋକ ମନମୁଣ୍ଡା ଥାନାରେ ଅଭିଯୋଗ କରିଛନ୍ତି । ମନମୁଣ୍ଡା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

 

- Advertisement -

 

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories