ବୌଦ୍ଧ: ବୌଦ୍ଧ ଥାନା ୫୭ ନଂ ଜାତୀୟ ରାଜପଥ ରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଆଜି ସକାଳେ ଖଜୁରୀପଡା ଛକ ନିକଟରେ ବୋଲେରୋ-ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ ପୁରୀରୁ ୯ ଜଣ ଯାତ୍ରୀ ଏକ ବୋଲେରୋରେ ବରଗଡ ଫେରୁଥିଲେ। ଏତିକିବେଳେ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ ଖଜୁରୀପଡା ଛକ ନିକଟରେ ଧକ୍କା ଦେଇଥିଲା। ଫଳରେ ବୋଲେରୋରେ ଥିବା ଜଣେ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବାବେଳେ ୭ ଜଣ ଗୁରୁତର ଆହତ ହୋଇଥିଲେ। ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଏହାର ପ୍ରତିବାଦରେ ସ୍ଥାନୀୟ ଲୋକେ ଜାତୀୟ ରାଜପଥ ଅବରୋଧ କରିଛନ୍ତି। ପରେ ଖବର ପାଇ ବୌଦ୍ଧ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରିନାହିଁ।
Popular Categories



