www.samajalive.in
Saturday, December 6, 2025
23.1 C
Bhubaneswar

ମେଡିକାଲରୁ ଫେରୁଥିଲେ ଜୀବନ ଗଲା

ବୌଦ୍ଧ: ଦିନକୁ ଦିନ ରାଜ୍ୟରେ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ଆଜି ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ବୌଦ୍ଧ ଜିଲ୍ଲା ବାଉଁଶୁଣୀ ଥାନା ଡିମିରିପାଲି ଛକ ନିକଟରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ମହିଳା ଜଣକ ଅସୁସ୍ଥତା କାରଣରୁ ମେଡିକାଲ ଯାଇଥିଲେ। ଫେରିବା ସମୟରେ ଦ୍ରୁତ ଗତିରେ ଆସୁଥିବା ଏକ ଗାଡି ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ପର୍ଯ୍ୟନ୍ତ ମହିଳାଙ୍କ ପରିଚୟ ମିଳିପାରିନାହିଁ। ୫୭ନଂ ଜାତୀୟ ରାଜପଥରେ ମୃତଦେହ ପଡିରହିଛି। ତେଣୁ ଗାଡି ଚଳାଚଳ ଠପ୍ ହୋଇଯାଇଛି।

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories