www.samajalive.in
Tuesday, December 9, 2025
16.1 C
Bhubaneswar

କିନ୍ନର ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଜିଲା ପ୍ରଶାସନ ଦେଲା ୫୦ହଜାର ଟଙ୍କାର ଆର୍ଥିକ ସହାୟତା

ବୌଦ୍ଧ: ବୌଦ୍ଧ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମା ରୁଦ୍ରକାଳୀ କିନ୍ନର ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଜିଲା ପ୍ରଶାସନ ପକ୍ଷରୁ ସହାୟତା ରାଶି ଯୋଗାଇଦିଆଯାଇଛି। ଜିଲାପାଳ ଲଲାଟେନ୍ଦୁ ମିଶ୍ର ଏହି ଗୋଷ୍ଠୀଙ୍କୁ ୫୦ ହଜାର ଟଙ୍କାର ସହାୟତା ଚେକ୍ ପ୍ରଦାନ କରିଥିଲେ। ଏଥିସହିତ ସେମାନଙ୍କ ସୁବିଧା ଅସୁବିଧା ସଂପର୍କରେ ପଚାରି ବୁଝିଥିଲେ। ଖାଦ୍ୟ ସାମଗ୍ରୀ କିମ୍ବା ଅନ୍ୟ କୌଣସି ଷ୍ଟଲ ଖୋଲି ନିଜେ ସ୍ୱାବଲମ୍ବି ହେବାକୁ ଜିଲାପାଳ କିନ୍ନରମାନଙ୍କୁ ପରାମର୍ଶ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଜିଲା ଆରକ୍ଷୀ ଅଧିକ୍ଷକ ଜ୍ଞାନ ରଞ୍ଜନ ମହାନ୍ତି, ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦେଶକ ଅଶ୍ୱିନୀ କୁମାର ମେହେର, ବୌଦ୍ଧ ବିଡିଓ ବିଜୟ କୁମାର ପ୍ରଧାନ, ଜିଲା ସମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ପୁଜାରୀ, ଉପଖଣ୍ଡ ସାମାଜି ସୂରକ୍ଷା ଅଧିକାରୀ ବୀରେନ୍ଦ୍ର କହଁର, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସାନନ୍ଦ କୁମାର ସାହୁ,ଜିଲା ସମାଜ ମଙ୍ଗଳ ଅଧିକାରୀ ସରସୀ ପଣ୍ଡା, ସିଡିପିଓ ମିନତୀ ଦେଓ, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରିତାକାନ୍ତି ବଳିୟାରସିଂହ ଏବଂ ଅନ୍ୟାନ୍ୟ ଜିଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ ସ୍ୱାତୀ ସ୍ୱେଛାସେବୀ ଅନୁଷ୍ଠାନର ସ୍ୱଛସାଥୀ ସୁଷମା ବେହେରା ଉପସ୍ଥିତ ରହି ସହଯୋଗ କରିଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories