www.samajalive.in
Monday, December 15, 2025
15.1 C
Bhubaneswar

ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି‘ ଅନୁଷ୍ଠିତ

କଣ୍ଟାମାଳ: କଣ୍ଟାମାଳ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ସିଆରସିସି ସତ୍ୟନାରାୟଣ ରଣାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉକ୍ତ କାର୍ୟ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ କଣ୍ଟାମାଳ ବିଆରସିସି ଶ୍ରୀ ଫାଲଗୁନୀ ମାଝି ଯୋଗଦେଇ ଆନୁଷ୍ଠାନିକ ଭାବରେ ଉଦ୍ଘାଟନ କରିଥିଲେ। ସମ୍ମାନୀତ ଅତିଥି ଭାବରେ କଣ୍ଟାମାଳ ଏବିଇଓ ଦୁର୍ଗାଚରଣ ପ୍ରଧାନ ଯୋଗ ଦେଇଥିଲେ। ଏହି ଅବସରରେ ଅନୁଷ୍ଠିତ ୫ ଗୋଟି ପ୍ରତିଯୋଗିତାରେ ମୋଟ ୧୫ ଜଣ କ୍ରୁତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ସିଆରସିସି ମନୋରଞ୍ଜନ ନାଏକଙ୍କ ସଂଯୋଜନାରେ ଅନୁଷ୍ଠିତ ଉକ୍ତ କାର୍ୟ୍ୟକ୍ରମରେ ମନମୁଣ୍ଡା ସିଆରସିସି ପ୍ରଜିଣା ପାଢୀ ଧନ୍ୟବାଦ ଅର୍ପଣ କରିଥିଲେ। ଗୁଡଭେଲିପଦର ସିଆରସିସି ରାଜେନ୍ଦ୍ର ନାଏକଙ୍କ ସମେତ ସମସ୍ତ ସିଆରସିସି, ଗାଇଡ ଶିକ୍ଷକ ଏବଂ ବିଇଓ ଅଫିସର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories