www.samajalive.in
Tuesday, December 9, 2025
17.1 C
Bhubaneswar

ଜିଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଆର୍ନ୍ତଜାତୀୟ ମହିଳା ଦିବସ ପାଳିତ

ବୌଦ୍ଧ: ବୌଦ୍ଧ ଜିଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବୌଦ୍ଧ ମହିଳା ମହାବିଦ୍ୟାଳୟ ଠାରେ ମଙ୍ଗଳବାର ଦିନ ଆର୍ନ୍ତଜାତୀୟ ମହିଳା ଦିବସ ପାଳିତ ହୋଇଛି। ଜିଲା ଦୌରାଜଜତ ତଥା ଆଇନ ସେବା ପ୍ରାଧିକରଣର ଅଧକ୍ଷ୍ୟ ବିକ୍ରମ କୁମାର ପ୍ରଧାନଙ୍କ ଅଧକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲା ଦୌରାଜଜ ଆନନ୍ଦ ନାରାୟଣ ମହାରଣା, ସିଜେଏମ ହୃଷିକେଶ ଆଚାର୍ଯ୍ୟ, ରେଜିଷ୍ଟ୍ରାର ସୁଚିତ୍ରା ପରମଗୁରୁ, ଆଇନସେବା ପ୍ରାଧିକରଣର ସଚିବ ଚରଣଜିତ ଓରାମ, ଏସଡିଜେମ ସୁମିତ୍ରା ସାହୁ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ରବୀନ୍ଦ୍ର କୁମାର ରାଉତ, ମହିଳା ମହାବିଦ୍ୟାଳୟର ଅଧକ୍ଷ୍ୟ ରବୀନ୍ଦ୍ର ନାଥ ଗୁରୁ ଓ ଅଧ୍ୟାପିକା ତନୁଶ୍ରୀ କର୍ଣ୍ଣ ଅତିଥି ଭାବେ ଯୋଗଦେଇଥିଲେ। ଅତିଥିମାନେ ମହିଳା ଦିବସ ପାଳନର ଆବଶ୍ୟକତା ଉପରେ ଆଲୋକପାତ କରିବା ସହ ମହିଳାଙ୍କ ସୁରକ୍ଷା ପାଇଁ ଥିବା ଆଇନର ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିଲେ। ଏହାସହ ବିଭିନ୍ନ ମାମଲାରେ ପିଡିତା ମହିଳାମାନଙ୍କୁ କ୍ଷତି ପୂରଣ ନେଇ ଆଇନରେ ଥିବା ବିଭିନ୍ନ ଯୋଜନା ଉପରେ ମଧ୍ୟ ଆଲୋକପାତ କରିଥିଲେ। କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ ଛାତ୍ରୀ ମାନେ ଯୋଗ ଦେଇଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories