BJD Bijuli 480×75 Mob

ଦୁଇବର୍ଷ ପରେ ଜିଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ

BJD Bijuli 480×75 Mob

ବୌଦ୍ଧ : କୋଭିଡ କଟକଣା ଯୋଗୁଁ ଦୀର୍ଘ ଦୁଇବର୍ଷରୁ ଅଧିକ ସମୟ ହେଲା ସ୍ଥଗିତ ରହିଥିବା ଜିଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଜିଲାସ୍ତରୀୟ ଅଭିଯୋଗ ଶୁଣାଣୀ ପୁନର୍ବାର ଆରମ୍ଭ ହୋଇଛି । ଏହି ଅବସରରେ ବୌଦ୍ଧଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ଜିଲାପାଳ ଲଲାଟେନ୍ଦୁ ମିଶ୍ର,ଆରକ୍ଷୀ ଅଧିକ୍ଷକ ଜ୍ଞାନ ରଞ୍ଜନ ମହାନ୍ତିଙ୍କ ଉପସ୍ଥିତିରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଥିଲା ।

ଏହି ଶିବିରରେ ଜନସାଧାରଣଙ୍କ ପକ୍ଷରୁ ଆସିଥିବା ୨୯ ଗୋଟି ଆପତ୍ତି ଅଭିଯୋଗ ଆସିଥିବାବେଳେ ସେଥିମଧ୍ୟରୁ ୨୪ ଗୋଟି ବ୍ୟକ୍ତିଗତ ମାମଲା ହୋଇଥିବାବେଳେ ୫ ଗୋଟି ବିଭିନ୍ନ ଗ୍ରାମର ସାମୁହିକ ମାମଲା ରହିଥିଲା । ଅଭିଯୋଗ ଗୁଡିକ ସଂପର୍କରେ ଅନୁଧ୍ୟାନ କରାଯାଇ ୨ ଗୋଟି ବ୍ୟକ୍ତିଗତ ମାମଲାର ସମାଧାନ କରାଯାଇ ତୁରନ୍ତ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ସହାୟତା ଯୋଗାଇଦିଆଯାଇଥିବାବେଳେ ୨୭ ଗୋଟି ମାମଲାକୁ ବିଭିନ୍ନ ବିଭାଗକୁ ପଠାଯାଇ ୭ ଦିନ ମଧ୍ୟରେ କାର୍ଯ୍ୟାନୁଷ୍ଠାନ ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା । ଏହି ଶିବିରରେ ଅତିରିକ୍ତ ଜିଲାପାଳ ବବିତାରାଣୀ ଦଳବେହେରା,ଉପଜିଲାପାଳ ସନତ କୁମାର ନାଏକ,ଜିଲା ଜରୂରିକାଳୀନ ଅଧିକାରୀ ଅବନୀକାନ୍ତ ସାହୁ ଏବଂ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରିତାକାନ୍ତି ବଳିୟାରସିଂହଙ୍କ ସମେତ ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ।

Comments are closed.