www.samajalive.in
Sunday, December 14, 2025
26.1 C
Bhubaneswar

ବଜ୍ରପାତରେ ୧ ମୃତ

ବୌଦ୍ଧ: ବୌଦ୍ଧ ବ୍ଲକ ଅନ୍ତର୍ଗତ ମଧୁପୁର ଗ୍ରାମରେ ବଜ୍ରପାତରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି। ସୂଚନା ମୁତାବକ ମଙ୍ଗଳବାର ସନ୍ଧ୍ୟାରେ ବର୍ଷା ସହିତ ପ୍ରବଳ ବଜ୍ରପାତ ହେଉଥିବା ବେଳେ ମଧୁପୁର ଗ୍ରାମର ପଞ୍ଚୁ ମୁଖୀ (୬୯) ନିଜର ବଳଦ ଖୋଜିବାକୁ ସାଇକେଲରେ ବାହାରକୁ ଯାଇଥିଲେ। ଗ୍ରାମ ନିକଟରେ ହଠାତ୍‍ ସେ ବଜ୍ରପାତର ଶୀକାର ହୋଇ ପଡ଼ିଯିବା ପରେ ଗ୍ରାମବାସୀମାନେ ଉଦ୍ଧାର କରି ତାଙ୍କୁ ବୌଦ୍ଧ ମୁଖ୍ୟ ଚିକିତ୍ସାଳୟକୁ ପହଞ୍ଚାଇଥିଲେ। କିନ୍ତୁ ଚିକିତ୍ସାଳୟରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ପଞ୍ଚୁଙ୍କ ପରିବାର ଅତ୍ୟନ୍ତ ଗରିବ ଶ୍ରେଣୀର ହୋଇଥିବାରୁ ତୁରନ୍ତ ତାଙ୍କ ପରିବାରକୁ ସରକାରୀ ସାହାଯ୍ୟ ଯୋଗାଇ ଦେବାକୁ ଗ୍ରାମବାସୀମାନେ ଦାବି କରିଛନ୍ତି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories