www.samajalive.in
Sunday, December 14, 2025
26.1 C
Bhubaneswar

ଶକ୍ତି ସଂରକ୍ଷଣ ପ୍ରତିଯୋଗିତା ଓ ପୁରସ୍କାର ବିତରଣ କାର୍ଯ୍ୟକ୍ରମ

ବୌଦ୍ଧ: ବୌଦ୍ଧ ସହର ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ସଭାଗୃହରେ ବିଦ୍ୟାଳୟ ପ୍ରଧାନଶିକ୍ଷକ ତଥା ଗୋଷ୍ଠୀ ଶିକ୍ଷା ଅଧିକାରୀ ଧ୍ରୁବ ଚରଣ ଘିବେଲାଙ୍କ ଅଧ୍ୟକ୍ଷତାରେ ଶକ୍ତି ସଂରକ୍ଷଣ ବିଷୟ ଆଧାରରେ ବକ୍ତୃତା, ଚିତ୍ରାଙ୍କନ, କୁଇଜ ଓ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ଛାତ୍ରୀଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ଅତିଥି ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ପ୍ରଶାନ୍ତ ମହାପାତ୍ର, ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଦେବେନ୍ଦ୍ର କୁମାର ଦେହୁରୀ ଓ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ଘିବେଲା ଛାତ୍ରୀମାନଙ୍କୁ ଶକ୍ତି ସଂରକ୍ଷଣ କିପରି କରାଯାଇ ପାରିବ ତା ବିଷୟରେ ବକ୍ତବ୍ୟ ଦେବା ସହିତ ୧୨ ଜଣ କନିଷ୍ଠ ଓ ୧୨ ଜଣ ବରିଷ୍ଠ ବିଭାଗର କୃତି ଛାତ୍ରୀମାନଙ୍କୁ ପୁରସ୍କୃତ କରିଥିଲେ। ବରିଷ୍ଠ ଶିକ୍ଷକ ସତ୍ୟନାରାୟଣ ଦେହୁରୀ ଅତିଥି ପରିଚୟ ଦେଇଥିବା ବେଳେ ଶିକ୍ଷୟିତ୍ରୀ ସୁଧା ହୋତା ଧନ୍ୟବାଦ ଦେଇଥିଲେ। ଶିକ୍ଷକ ପଦ୍ମନାଭ ସୁବୁଦ୍ଧି, ରଂଜିତ ନାଏକ, ଚିନ୍ମୟ ପଥୁରିମାଳୀ, ସତ୍ୟନାରାୟଣ ସ୍ୱାଇଁ, ସୁଜାତା ପୁରୋହିତ, କାତ୍ୟାୟନୀ ପାଢ଼ୀ, ଅନୀତା ସୁବୁଦ୍ଧିଙ୍କ ସହିତ ସମସ୍ତ ଶିକ୍ଷୟିତ୍ରୀ ଓ ଛାତ୍ରୀମାନେ ଉପସ୍ଥିତ ଥିଲେ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories