www.samajalive.in
Sunday, December 7, 2025
23.1 C
Bhubaneswar

ଗିରାସିଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ୟ୍ୟକ୍ରମ

ବୌଦ୍ଧ: ବୌଦ୍ଧ ବ୍ଲକ ମୁରୁଶୁଣ୍ଢି ଗ୍ରାମପଞ୍ଚାୟତ ଗିରାସିଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଗୋଷ୍ଠୀ ଶିକ୍ଷା ଅଧିକାରୀ ଧ୍ରୁବ ଚରଣ ଘିବେଲା ଆୟୋଜିତ ସଭାରେ ପାଠ ପଢିବାରେ ଆଗ୍ରହ ରଖିବା, ଗଛ ଲଗାଇବା ସହିତ ତାର ଯତ୍ନନେବା ଉପରେ ପିଲାମାନଙ୍କୁ ପରାମର୍ଶ ଦେଇଥିଲେ। ସହଗୋଷ୍ଠୀ ଶିକ୍ଷା ଅଧିକାରୀ ଦାୟିତ୍ୱରେ ଥିବା ଅଖିଳ କୁମାର ପ୍ରଧାନ, ସି ଆର ସି ସି ରାଜକୁମାର ପ୍ରଧାନ ଗଳ୍ପ ମାଧ୍ୟମରେ ପିଲାଙ୍କୁ ଗଛର ଆବଶ୍ୟକତା ଉପରେ ବକ୍ତବ୍ୟ ରଖଥିଲେ। ବିଦ୍ୟାଳୟ ପରିବେଶରେ ଅତିଥି, ଶିକ୍ଷକ ଓ ଛାତ୍ର ଛାତ୍ରୀଙ୍କ ଦ୍ୱାରା ବୃକ୍ଷଚାରା ରୋପଣ କରାଯାଇଥିଲା ପ୍ରାଧନ ଶିକ୍ଷକ ସୁଶୀଲ କୁମାର ଭୋଇ, ଶିକ୍ଷକ ସୁଶାନ୍ତ କୁମାର ସାହୁ, ମୋହନ କରଡିଆ, ତେଜେଶ୍ବର ରାଉତ, ରଂଜିତ ପ୍ରଧାନ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଗୋକୁଳି ବାଘ, ଗୋଷ୍ଠି ଶିକ୍ଷା ଅଧିକାରୀଙ୍କ କାର୍ୟ୍ୟାଳୟର ଶୁଭେନ୍ଦୁ କୁମାର ବାରିକଙ୍କ ସହିତ ବିଦ୍ୟାଳୟ ଛାତ୍ର ଛାତ୍ରୀ ଉପସ୍ଥିତ ଥିଲେ।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories