www.samajalive.in
Friday, December 12, 2025
14.1 C
Bhubaneswar

ବୌଦ୍ଧରେ ଜିଲାପାଳ ଓ ଏସପିଙ୍କ ଯୁଗ୍ମ ଜନଶୁଣାଣି

ବୌଦ୍ଧ: ବୌଦ୍ଧ ଜିଲାପାଳଙ୍କ କାର୍ଯ୍ୟାଳୟଠାରେ ଆଜି ଜିଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ସତ୍ୟରଞ୍ଜନ ସାହୁ ଓ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମିନାଙ୍କ ଉପସ୍ଥିତିରେ ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଶିବିରରେ ସମୁଦାୟ ୪୧ ଗୋଟି ଆପତ୍ତି ଅଭିଯୋଗ ଆସିଥିବାବେଳେ ସେଥିମଧ୍ୟରୁ ୩୯ ଗୋଟି ବ୍ୟକ୍ତିଗତ ମାମଲା ଓ ୨ ଗୋଟି ବିଭିନ୍ନ ଗ୍ରାମର ସାମୁହିକ ମାମଲା ରହିଥିଲା। ଅଭିଯୋଗ ଗୁଡିକ ମଧ୍ୟରୁ ୧୬ ଗୋଟି ଅଭିଯୋଗକୁ ତତ୍କାଳ ଫଇସଲା କରାଯାଇଥିବାବେଳେ ସେଥିମଧ୍ୟରୁ ୪ ଗୋଟି ଅଭିଯୋଗ ସଂପର୍କରେ ଅନୁଧ୍ୟାନ କରାଯାଇ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୨୩ ହଜାର ଟଙ୍କାର ସହାୟତା ଓ ଜିଲା ରେଡକ୍ରସ ପାଣ୍ଠିରୁ ୩ ଜଣଙ୍କୁ ୩୦ ହଜାର ଟଙ୍କାର ସହାୟତା ଯୋଗାଇ ଦିଆଯାଇଥିଲା । ଏହି ଶିବିରରେ ଅତିରିକ୍ତ ଜିଲ୍ଳାପାଳ ବବିତାରାଣୀ ଦଳବେହେରା, ଜିଲାପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଅଶି୍ୱନୀ କୁମାର ମେହେର,ଉପଜିଲାପାଳ ସନତ କୁମାର ନାଏକ, ଜିଲା ମୁଖ୍ୟଚିକିତ୍ସାଧିକାରୀ ଡା. ଅଭୟ କୁମାର ଦାଶ,ବୌଦ୍ଧ ତହସିଲଦାର ଦେବୀ ପ୍ରସାଦ ଦାଶଙ୍କ ସମେତ ସମସ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

Hot this week

କଂଗ୍ରେସ ହାଇକମାଣ୍ଡଙ୍କ ନିଷ୍ପତ୍ତିକୁ ଅପେକ୍ଷା

ଭୁବନେଶ୍ବର : ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ଚିଠିକୁ ନେଇ ରାଜ୍ୟ...

୧୮ ଯାଏ ଜାଡ଼

ଭୁବନେଶ୍ବର : ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ‌ବାୟୁ ରାଜ୍ୟ ମଧ୍ୟକୁ ପ୍ରବେଶ...

ଲୋକସଭାରେ ଇ-ସିଗାରେଟ୍ ଟାଣିଲେ ଟିଏମ୍‌ସି ସଦସ୍ୟ

ନୂଆଦିଲ୍ଲୀ : ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର କେତେକ ମହିଳା ସଦସ୍ୟ ଲୋକସଭାରେ...

ବାର୍‌ରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ଆଜିର : ରାଶିଫଳ,ଆପଣଙ୍କ ଅଶାନ୍ତିର ଅବସାନ ଘଟିବ

ମେଷ : ଅଶ୍ବିନୀ ଓ ଦ୍ବିଜା ନକ୍ଷତ୍ରଜାତ ବ୍ୟକ୍ତି ବିପଦମୁକ୍ତ ହୋଇପାରନ୍ତି।...

Related Articles

Popular Categories