www.samajalive.in
Monday, December 8, 2025
24.1 C
Bhubaneswar

ଆମ୍ବଝରୀରେ ଜିଲାପାଳ ଓ ଏସପିଙ୍କ ଯୁଗ୍ମ ଜନଶୁଣାଣୀ

ବୌଦ୍ଧ: ବୌଦ୍ଧ ବ୍ଲକ ଅନ୍ତର୍ଗତ ଆମ୍ବଝରୀ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ସୋମବାର ଦିନ ଜିଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ସତ୍ୟରଞ୍ଜନ ସାହୁ ଓ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମିନାଙ୍କ ଉପସ୍ଥିତିରେ ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଶିବିରରେ ସମୁଦାୟ ୪୯ ଗୋଟି ଆପତ୍ତି ଅଭିଯୋଗ ଆସିଥିବାବେଳେ ସେଥିମଧ୍ୟରୁ ୪୬ ଗୋଟି ବ୍ୟକ୍ତିଗତ ମାମଲା ଓ ୩ ଗୋଟି ବିଭିନ୍ନ ଗ୍ରାମର ସାମୁହିକ ମାମଲା ରହିଥିଲା। ଅଭିଯୋଗ ଗୁଡିକ ମଧ୍ୟରୁ ୨୫ ଗୋଟି ଅଭିଯୋଗକୁ ତତ୍କାଳ ଫଇସଲା କରାଯାଇ ସେଥିମଧ୍ୟରୁ ଜଣଙ୍କୁ ଜିଲା ରେଡକ୍ରସ ପାଣ୍ଠିରୁ ୩୦୦୦ ହଜାର ଟଙ୍କା ଓ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୦ ହଜାର ଟଙ୍କା ସହାୟତା ଯୋଗାଇ ଦିଆଯାଇଥିଲା। ଏହି ଶିବିରରେ ଅତିରିକ୍ତ ଜିଲାପାଳ ବବିତାରାଣୀ ଦଳବେହେରା,ଉପଜିଲାପାଳ ସନତ କୁମାର ନାଏକ, ବିଡିଓ ଅବିନାଶ ପାଣ୍ଡିଆ, ତହସିଲଦାର ଦେବୀ ପ୍ରସାଦ ଦାଶଙ୍କ ସମେତ ଜିଲା ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Hot this week

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

Related Articles

Popular Categories