www.samajalive.in
Monday, December 15, 2025
24.1 C
Bhubaneswar

ଇପିଏଫ ପେନସନଧାରୀ ସଂଘର ବିକ୍ଷୋଭ ଓ ଦାବିପତ୍ର ପ୍ରଦାନ

ବୌଦ୍ଧ: ବୌଦ୍ଧ ଜିଲ୍ଲା ଇପିଏଫ ପେନସନ ଧାରୀ ସଂଘ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ଏକ ଦାବିପତ୍ର ଜିଲ୍ଲାପାଳଙ୍କ ଜରିଆରେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଛି। ଦାବିପତ୍ରଟି ଅତିରିକ୍ତ ଜିଲ୍ଲାପାଳ ଗ୍ରହଣ କରିଥିଲେ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଇପିଏଫ ପେନସନ ଧାରୀଙ୍କୁ ମାସିକ ସର୍ବନିମ୍ନ ୯ ହଜାର ଟଙ୍କା ପେନସନ ପ୍ରଦାନ, କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଯୋଜନାରେ ସାମିଲ କରାଯିବାକୁ ସଂଘ ପକ୍ଷରୁ ଦାବି କରାଯାଇଛି। ସଂଘର ଜିଲ୍ଲା ସଭାପତି ତ୍ରିପୁରାରୀ ବେହେରା, ସଂପାଦକ ଦିଲ୍ଲିପ ପ୍ରଧାନ, କୋଷାଧ୍ୟକ୍ଷ କେଶବାନନ୍ଦ ସାହୁଙ୍କ ନେତୃତ୍ୱରେ ସଂଘର ସଦସ୍ୟମାନେ ସହର ପରିକ୍ରମା କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ଦାବିପତ୍ର ପ୍ରଦାନ କରିଥିଲେ।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories