www.samajalive.in
Friday, December 12, 2025
26.1 C
Bhubaneswar

ଚାଷ ଜମିକୁ ପାଣିମଡ଼ା ଘଟଣାକୁ କେନ୍ଦ୍ରକରି ଆକ୍ରମଣ; ଜଣେ ମୃତ

ବୌଦ୍ଧ: ବୌଦ୍ଧ ଜିଲା କନକପୁର ଗ୍ରାମରେ ଚାଷ ଜମିକୁ ପାଣିମଡ଼ା ଘଟଣାକୁ କେନ୍ଦ୍ରକରି ଗୋଟିଏ ପରିବାର ସଦସ୍ୟଙ୍କ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସୂଚନା ପ୍ରକାରେ, ତାଳସରଡା ପଂଚାୟତର କନକପୁର ଗ୍ରାମର ଅବଧୁତ ତରିଆ ଓ ବିରେନ ବିଶିଙ୍କ ପରିବାର ମଧ୍ୟରେ ଚାଷ ଜମିକୁ ପାଣି ମଡାଇବାକୁ ନେଇ ଗଣ୍ଡଗୋଳ ହୋଇଥିଲା। ପରେ ଅବଧୁତ ତରିଆ କୌଣସି କାମରେ ଯାଉଥିବା ବେଳେ ବିରେନ ବିଶିଙ୍କ ପରିବାର ପକ୍ଷରୁ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ଆକ୍ରମଣରେ ଅବଧୁତ ତରିଆ ଗୁରୁୁତର ଆହତ ହୋଇଥିଲେ। ଗୁରୁତର ଅବସ୍ଥାରେ ପରିବାର ଲୋକେ ତାଙ୍କୁ ପ୍ରଥମେ ବାଉଁଶୁଣି ମେଡିକାଲରେ ଭର୍ତ୍ତି କରିଥିଲେ। ପରେ ତାଙ୍କ ଅବସ୍ଥା ଅଧିକ ଗୁରୁତର ହେବାରୁ ତାଙ୍କୁ ବୌଦ୍ଧ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ମାତ୍ର ବୌଦ୍ଧଠାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଏନେଇ ବାଉଁଶୁଣି ପୁଲିସ ଥାନାରେ ଅଭିଯୋଗ ହୋଇଥିବା ବେଳେ ପୁଲିସ କେତେଜଣଙ୍କୁ ଅଟକ ରଖି ତଦନ୍ତ କରୁଛି।

Hot this week

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା...

Related Articles

Popular Categories