www.samajalive.in
Sunday, December 7, 2025
26.1 C
Bhubaneswar

ଅଙ୍ଗନବାଡି କେନ୍ଦ୍ରରେ ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନାର ଶୁଭାରମ୍ଭ 

ବୌଦ୍ଧ : ବୌଦ୍ଧ ବ୍ଲକ ଅନ୍ତର୍ଗତ ବଘିଆପଡା ଅଙ୍ଗନବାଡି କେନ୍ଦ୍ର ଠାରେ ଜିଲ୍ଲା ସମାଜ ମଙ୍ଗଳ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନାର ଶୁଭାରମ୍ଭ ହୋଇଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲାପାଳ ନୃସିଂହ ଚରଣ ସ୍ୱାଇଁ ଯୋଗ ଦେଇଥିଲେ। ଏହି ଅବସରରେ ଜିଲ୍ଲାପାଳଙ୍କ ଦ୍ୱାରା ଏମଏସପିୱା ଯୋଜନାରେ ଗର୍ଭବତୀ ମହିଳା ଓ କିଶୋରୀ ବାଳିକାମାନଙ୍କୁ ମୁଢୀ, ଭଜାଚଣା, ଖଜରା, ରାଶିଲଡୁ, ଅଣ୍ଡା ପ୍ରଦାନ କରାଯାଇଥିଲା । ବୌଦ୍ଧ ବ୍ଲକର କଳାକାର ମାନଙ୍କ ଦ୍ୱାରା ଦାସକାଠିଆ ମାଧ୍ୟମରେ ମମତା, ଏମଏସପିୱା, ପୋଷଣ, ଆଇୱାସିଏଫ, ଅଦ୍ୱିକା ଏବଂ ବାଲ୍ୟ ବିବାହ ନିଷେଧ ବିଷୟରେ ଲୋକମାନଙ୍କୁ ସଚେତନ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାଜ ପ୍ରସାଦ, ଜିଲ୍ଲା ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ରବି ନାରାୟଣ ତ୍ରିପାଠୀ, ଉପଜିଲ୍ଲାପାଳ ରବିନ୍ଦ୍ର ନାଥ କହଁର, ବିଡିଓ ଅକ୍ଷୟ ପାଣି ଉଦ୍ଦୁ ପ୍ରମୁଖ ଉପସ୍ଥିତ ଥିଲେ ।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories