www.samajalive.in
Saturday, December 6, 2025
15.1 C
Bhubaneswar

ପୁଲିସ ଅଧିକାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୌଦ୍ଧ : ଦପଲା ଗ୍ରାମ ଠାରେ ମରଣାନ୍ତକ ଆକ୍ରମଣରେ ଗୁରୁତର ପୁଲିସ ଅଧିକାରୀଙ୍କୁ ଗୁରୁବାର ସକାଳ ୭ଟା ସମୟରେ ବଲାଙ୍ଗିର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ମନମୁଣ୍ଡା ଥାନା ଅନ୍ତର୍ଗତ ଦପଲା ଗ୍ରାମ ଠାରେ ପୁଲିସ ଅଧିକାରୀଙ୍କ ଉପରେ ବୁଧବାର ବିଳମ୍ବିତ ରାତିରେ ମରଣାନ୍ତକ ଆକ୍ରମଣ ହୋଇଛି। ଅଧିକାରୀ ଜଣକ ହେଲେ ମନମୁଣ୍ଡା ଥାନାର ଏଏସ୍‌ଆଇ କୁମୁଦ ଭୋଇ।
ସୂଚନା ପ୍ରକାରେ ବୁଧବାର କୁମୁଦ ଭୋଇ ମନମୁଣ୍ଡା ଥାନାର ୧୧୨ ସହାୟତା ଗାଡି ଦାୟିତ୍ୱରେ ରହିଥିଲେ। ରାତିରେ ଏକ ସୂଚନା ପାଇ କୁମୁଦ ଭୋଇ ଅନ୍ୟ କର୍ମଚାରୀଙ୍କ ସହ ୧୧୨ ଗାଡିରେ ଦପଲା ଗ୍ରାମକୁ ଯାଇଥିଲେ। ଗ୍ରାମ ନିକଟରେ ଥିବା ସ୍କୁଲ ପାଖରେ ୧୦-୧୨ ଜଣ ଦୁର୍ବୃତ୍ତ  ଗାଡି ଅଟକାଇ କୁମୁଦ ଭୋଇଙ୍କ ଉପରେ ଆକ୍ରମଣ କରିଥିଲେ। ଦୁର୍ବୃତ୍ତଙ୍କ ଆକ୍ରମଣରେ ଗୁରୁତର ଆହାତ କୁମୁଦ ଭୋଇଙ୍କୁ ପ୍ରଥମେ ସୋନପୁର ମେଡିକାଲରେ ଚିକିତ୍ସା ପାଇଁ ଭର୍ତି କରାଯାଇଥିଲା। ପରେ ତାଙ୍କ ଅବସ୍ଥା ସଂକଟ।ପନ୍ନ ହେବାରୁ ତାଙ୍କୁ ବଲାଙ୍ଗିର ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଛି । ଘଟଣାସ୍ଥଳରେ ପୁଲିସ ଅଧିକାରୀ ମାନେ ପହଁଚିଥିବା ବେଳେ ଆକ୍ରମଣର କାରଣ ଏବଂ ସଂପୃକ୍ତ ବ୍ୟକ୍ତିଙ୍କ ସଂପର୍କରେ କୌଣସି ସୂଚନା ଏପର୍ଯ୍ୟନ୍ତ ଦିଆଯାଇନାହିଁ ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories