www.samajalive.in
Friday, December 5, 2025
26.1 C
Bhubaneswar

ବୌଦ୍ଧରେ ସମାଜ ପକ୍ଷରୁ ପ୍ରବନ୍ଧ ପ୍ରତିଯୋଗିତା, ଲିପ୍ସାରାଣୀ ପ୍ରଥମ

ବୌଦ୍ଧ: ସମାଜର ପ୍ରତିଷ୍ଠାତା ପଣ୍ଡିତ ଉତ୍କଳମଣି ଗୋପବନ୍ଧୁଙ୍କ ୯୬ତମ ଶ୍ରାଦ୍ଧ ବାର୍ଷିକୀକୁ ମହାସମାରୋହରେ ପାଳନ ପାଇଁ ପ୍ରସ୍ତୁତି ଚାଲିଥିବାବେଳେ ବୌଦ୍ଧରେ ସମାଜ ପକ୍ଷରୁ ପ୍ରବନ୍ଧ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସମାଜ ପ୍ରତିନିଧି ଶଶାଙ୍କ ଶେଖର ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଜିଲ୍ଲା ସୂଚନା ଓ ଲୋକସଂପର୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଆୟୋଜିତ ଏହି ପ୍ରତିଯୋଗିତାରେ ସମସ୍ତ ବିଦ୍ୟାଳୟରୁ ବଛା ବଛା ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ । ପ୍ରତିଯୋଗିତାରେ ବୌଦ୍ଧ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରର ଛାତ୍ରୀ ଲିପ୍ସା ରାଣୀ ବାଘ ପ୍ରଥମ ସ୍ଥାନ ଅଧିକାର କରିଥିବାବେଳେ ରାଜଶ୍ରୀ ମହାପାତ୍ର ଦ୍ଵିତୀୟ ଓ ଅନସୁୟା ମହାକୁଲ ତୃତୀୟ ସ୍ଥାନ ଅଧିକାର କରିଛନ୍ତି । କୃତୀ ଛାତ୍ରୀମାନଙ୍କୁ ସମାଜ ପକ୍ଷରୁ ପୁରସ୍କାର ରାଶି ଓ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା । ଅତିଥି ଓ ବିଚାରକ ଭାବରେ ଶିକ୍ଷାବିତ୍ ଇଞ୍ଜିନିୟର ସଞ୍ଜୟ କୁମାର ପଣ୍ଡା, ସାହିତ୍ୟିକ ସୁଶାନ୍ତ କୁମାର ମହାପାତ୍ର, ସନ୍ତୋଷ କୁମାର କର୍ଣ୍ଣ ଏବଂ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ରିତାକାନ୍ତି ବଳିୟାର ସିଂହ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ପ୍ରମାଣ ପତ୍ର ବଣ୍ଟନ କରିଥିଲେ । ଲାଇବ୍ରେରିଆନ ଅକ୍ଷୟ କୁମାର ମହାକୁଡ଼ ଓ ଜିଲ୍ଲା ସମାଜ ପରିବାର ସଦସ୍ୟ ସଜ୍ଜନ କୁମାର ଅଗ୍ରୱାଲା କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories