www.samajalive.in
Sunday, December 7, 2025
26.1 C
Bhubaneswar

ବାଇକ-ଡମ୍ପର ଧକ୍କା: ଜଣେ ମୃତ, ୨ ଗୁରୁତର

ବୌଦ୍ଧ: ବୌଦ୍ଧ ଜିଲା ଦେଇ ଯାଇଥିବା ୫୭ ନମ୍ବର ଜାତୀୟ ରାଜପଥ ରଇଠାଣୀ ବାଇପାଶ ନିକଟରେ ଏକ ବାଇକ ଓ ଡମ୍ପର ମଧ୍ୟରେ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି।

ସୂଚନା ଅନୁସାରେ, ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ଲାଣ୍ଡିବନ୍ଧଠାରେ ଥିବା ଆରସେଟିରେ ଚାଲିଥିବା ଏକ ପ୍ରଶିକ୍ଷଣ ସାରି ଟୁଟୁସିଙ୍ଗା ଗ୍ରାମର ଆରତୀ ଝାଙ୍କର(୨୦)ଙ୍କ ସହ ତିନିଜଣ ମିଶି ଏକ ବାଇକରେ ଆସୁଥିବାବେଳେ ବିପରୀତ ଦିଗରୁ ଆସୁଥିବା ଏକ ଡମ୍ପର ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଜଣେ ଝିଅର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଦ୍ଵୟଙ୍କୁ ବୌଦ୍ଧ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କର ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବୁର୍ଲାକୁ ସ୍ଥାନାନ୍ତରିତ କରାଯିବାକୁ ଡାକ୍ତର ପରାମର୍ଶ ଦେଇଥିଲେ। ଅପରପକ୍ଷେ ଏହାର ପ୍ରତିବାଦରେ ସ୍ଥାନୀୟ ଲୋକେ ଜାତୀୟ ରାଜପଥ ଅବରୋଧ କରିଥିଲେ। ବୌଦ୍ଧ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀଙ୍କୁ ବୁଝାସୁଝା କରିବା ପରେ ରାସ୍ତାରୋକ ହଟିଥିଲା।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories