www.samajalive.in
Monday, December 15, 2025
15.1 C
Bhubaneswar

ସତ୍ୟର ଅନୁସନ୍ଧାନ ହିଁ ବିଜ୍ଞାନ

ବୌଦ୍ଧ: ବୌଦ୍ଧ ଜିଲାସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଉଦଘାଟିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଜିଲାପାଳ ଲଲାଟେନ୍ଦୁ ମିଶ୍ର ଯୋଗଦେଇ ଆନୁଷ୍ଠାନିକ ଭାବରେ ଏହି ପ୍ରଦର୍ଶନୀକୁ ଉଦଘାଟନ କରିବା ସହିତ ନୂତନ ନୂତନ ବୈଜ୍ଞାନିକ ତଥ୍ୟ ଅନ୍ୱେଷଣରେ ମନୋନିବେଶ କରିବାକୁ ଛାତ୍ରଛାତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ। ଜିଲା ଶିକ୍ଷା ଅଧିକାରୀ ଡଃ. ଉଦୟ ନାଥ ମାଝୀ ଆୟୋଜିତ ସଭାରେ ଅଧ୍ୟକ୍ଷତା କରିବା ସହିତ ବିଜ୍ଞାନ ମାଧ୍ୟମରେ ସମାଜର ବିକାଶ ହୋଇଥାଏ ବୋଲି ବକ୍ତବ୍ୟ ରଖିଥିଲେ। ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରକାଶ ଚନ୍ଦ୍ର ବେହେରା,ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀ ଘନଶ୍ୟାମ ମେହେର,ବୌଦ୍ଧ ଗୋଷ୍ଠୀ ଶିକ୍ଷା ଅଧିକାରୀ ଧୃବ ଚରଣ ଘିବେଲା ଓ ହରଭଙ୍ଗା ଗୋଷ୍ଠୀ ଶିକ୍ଷା ଅଧିକାରୀ ଦେବାରାଜ ପ୍ରଧାନ ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗଦେଇ ସତ୍ୟର ଅନୁସନ୍ଧାନ ହିଁ ବିଜ୍ଞାନ, ବିଜ୍ଞାନ ଭିତ୍ତିକ କାର୍ଯ୍ୟକ୍ରମରେ ଭାଗନେଲେ ଚିନ୍ତା ଶକ୍ତିର ବିକାଶ ହୋଇଥାଏ ବୋଲି ପ୍ରକାଶ କରିଥିଲେ। ଛାତ୍ରଛାତ୍ରୀମାନେ ପ୍ରକଳ୍ପ ପଛରେ ରହିଥିବା ନିୟମକୁ ଠିକ୍ ଭାବରେ ବୁଝିବା ଆବଶ୍ୟକ। କାରଣ ଦୈନନ୍ଦିନ ଜୀବନରେ ବିଜ୍ଞାନର ଆବଶ୍ୟକତା ରହିଛି ବୋଲି ସେମାନେ ବକ୍ତବ୍ୟ ରଖିଥିଲେ। ଜିଲା ବିଜ୍ଞାନ ନିରୀକ୍ଷକ ଦେବେନ୍ଦ୍ର କୁମାର ଦେହୁରୀ ଅତିଥି ପରିଚୟ ପ୍ରଦାନ କରିଥିବାବେଳେ ଶିକ୍ଷୟିତ୍ରୀ ପଦ୍ମଜା ପତି ଧନ୍ୟବାଦ ଅର୍ପଣ କରିଥିଲେ।

 

- Advertisement -

ଜିଲାର ତିନିଗୋଟି ବ୍ଲକସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀରୁ ମନୋନୀତ ହୋଇଥିବା ୩୫ ଟି ପ୍ରକଳ୍ପ ଜିଲାସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀରେ ଅଂଶଗ୍ରହଣ କରିଥିବାବେଳେ ୭୦ଜଣ କୁନି ବୈଜ୍ଞାନିକ ଓ ସହଯୋଗୀ ଶିକ୍ଷକ ଶିକ୍ଷୟ୍ରିତୀ ଯୋଗଦାନ କରିଥିଲେ। ବିଚାରକ ଭାବରେ ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ପ୍ରଶାନ୍ତ କୁମାର ମହାପାତ୍ର ଓ ବୌଦ୍ଧ ଆଦର୍ଶ ମହାବିଦ୍ୟାଳୟର ରସାୟନ ବିଜ୍ଞାନ ମୁଖ୍ୟ ପ୍ରମୁଦତ୍ତ ହୋତା ଯୋଗଦାନ କରି ପ୍ରକଳ୍ପ ଗୁଡିକର ମୂଲ୍ୟାଙ୍କନ କରିଥିଲେ। ସ୍ଥାନୀୟ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ,ସହଗୋଷ୍ଠୀ ଶିକ୍ଷା ଅଧିକାରୀ କମଳକାନ୍ତ ଦଳବେହେରା,ଅଖିଳ କୁମାର ପ୍ରଧାନ,ବରିଷ୍ଠ ବିଜ୍ଞାନ ଶିକ୍ଷକ ଓମପ୍ରକାଶ ପ୍ରଧାନ,ବାଉଁଶୁଣୀ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ହୃଦାନନ୍ଦ ଜାଲ,ସତ୍ୟ ନାରାୟଣ ଦେହୁରୀ,ସିଆରସିସି ରାଜକୁମାର ପ୍ରଧାନ, ସନ୍ତୋଷ କୁମାର କର୍ଣ୍ଣ,ସଞ୍ଜୟ କୁମାର ଦେହୁରୀ,ସନ୍ତୋଷ କୁମାର ଶତପଥୀ,ପୂର୍ଣ୍ଣଚନ୍ଦ୍ର କରଡିଆ ଓ ନିରଞ୍ଜନ ମେହେର ପ୍ରମୁଖ ବିଜ୍ଞାନ ପ୍ରଦର୍ଶନୀ ପରିଚାଳନାରେ ସହଯୋଗ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories