www.samajalive.in
Thursday, December 11, 2025
15.1 C
Bhubaneswar

ବିଧାନସଭା ଷ୍ଟାଣ୍ଡିଂ କମିଟି ଗସ୍ତ ପାଇଁ ଜିଲା ପ୍ରଶାସନର ପ୍ରସ୍ତୁତି ବୈଠକ

ବୌଦ୍ଧ: ଓଡ଼ିଶା ବିଧାନସଭା ଷ୍ଟାଣ୍ଡିଂ କମିଟିର ଏକ ପ୍ରତିନିଧି ମଣ୍ଡଳୀ ବରିଷ୍ଠ ବିଧାୟକ ନରସିଂହ ମିଶ୍ରଙ୍କ ନେତୃତ୍ୱରେ ଆସନ୍ତା ୭ ତାରିଖ ଦିନ ବୌଦ୍ଧଜିଲା ଗସ୍ତ କରି ବିଭିନ୍ନ ବିଭାଗର ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଥିବାବେଳେ ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ହୋଇଯାଇଛି । ଜିଲାପାଳ ସତ୍ୟ ରଞ୍ଜନ ସାହୁଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା ।

ବୈଠକରେ ହସ୍ତତନ୍ତ ବୟନ ହସ୍ତଶିଳ୍ପ ବିଭାଗ, ଯୋଗାଣ ବିଭାଗ, ସମବାୟ ସମିତି ବିଭାଗର କାର୍ଯ୍ୟ ନେଇ ଏହି କମିଟି ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଥିବାବେଳେ ସଂପୃକ୍ତ ବିଭାଗୀୟ ଅଧିକାରୀମାନେ ସମସ୍ତ ତଥ୍ୟ ପ୍ରସ୍ତୁତ କରି ରଖିବାକୁ ଜିଲ୍ଲାପାଳ ଶ୍ରୀ ସାହୁ ନିର୍ଦ୍ଦେଶ ଦେଇଥିଲେ । ଏହି କମିଟିରେ ଅନ୍ୟମାନଙ୍କ ମଧ୍ୟରେ କଣ୍ଟାମାଳ ବିଧାୟକ ମହିଧର ରଣା ଏବଂ ଲାଞ୍ଜିଗଡ ବିଧାୟକ ପ୍ରଦୀପ କୁମାର ଦିଶିରୀଙ୍କ ସମେତ ସଂପୃକ୍ତ ବିଭାଗର ୧୫ ଜଣ ବରିଷ୍ଠ ଅଧିକାରୀ ମାନେ ସାମିଲ ହେବେ ବୋଲି ଜଣାଯାଇଛି ।

- Advertisement -

ଏହି ପ୍ରସ୍ତୁତି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ବବିତାରାଣୀ ଦଳବେହେରା, ଜିଲ୍ଲାପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ଅଶ୍ୱିନୀ କୁମାର ମେହେର, ଏପିଡି ପ୍ରତାପ ଚନ୍ଦ୍ର ପ୍ରଧାନ, ଉପଜିଲ୍ଲାପାଳ ସନତ କୁମାର ନାଏକ, ନିଜାରତ ଅଧିକାରୀ ବିଜୟ କୁମାର ପ୍ରଧାନ, ଜିଲ୍ଲା ଯୋଗାଣ ଅଧିକାରୀ ବିଭୁପ୍ରସନ୍ନ ଆଚାର୍ଯ୍ୟଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories