www.samajalive.in
Monday, December 8, 2025
24.1 C
Bhubaneswar

ସାମ୍ବାଦିକଙ୍କ ଉପରେ ଆକ୍ରମଣ ଘଟଣା, ଦୃଢ କାର୍ଯ୍ୟାନୁଷ୍ଠାନ ଦାବି କଲା ବୌଦ୍ଧ ଜିଲା ସାମ୍ବାଦିକ ସଂଘ

ବୌଦ୍ଧ: ରାଜ୍ୟରେ ଚାଲିଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବିଭିନ୍ନ ସ୍ଥାନରେ କର୍ତ୍ତବ୍ୟରତ ସାମ୍ବାଦିକ ମାନଙ୍କ ପ୍ରତି ବଢୁଥିବା ଆକ୍ରମଣକୁ ବୌଦ୍ଧ ଜିଲା ସାମ୍ବାଦିକ ସଂଘ ପକ୍ଷରୁ ଦୃଢ ନିନ୍ଦା କରାଯାଇଛି । ଏନେଇ ରାଜ୍ୟ ନିର୍ବାଚନ କମିଶନଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ସୋମବାର ଦିନ ସନ୍ଧ୍ୟାରେ ଜିଲାପାଳ ଲଲାଟେନ୍ଦୁ ମିଶ୍ରଙ୍କୁ ପ୍ରଦାନ କରାଯାଇଛି । ଜିଲା ସଂଘର ସଭାପତି ରତ୍ନାକର ବେହେରାଙ୍କ ନେତୃତ୍ୱରେ ସଂଘର ଏକ ପ୍ରତିନିଧି ମଣ୍ଡଳୀ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ବର୍ତ୍ତମାନ ରାଜ୍ୟରେ ଖବର ସଂଗ୍ରହବେଳେ ସାମ୍ବାଦିକ ମାନଙ୍କ ପ୍ରତି ବଢୁଥିବା ଆକ୍ରମଣ ଘଟଣାକୁ ନେଇ ଗଭୀର ଉଦବେଗ ପ୍ରକାଶ କରିଥିଲେ ।

ଗତ ୨୦ ତାରିଖରେ ହୋଇଥିବା ପଞ୍ଚାୟତ ନିର୍ବାଚନରେ ବିଞ୍ଝାରପୁରରେ କର୍ତ୍ତବ୍ୟରତ ସାମ୍ବାଦିକଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାରେ ସଂପୃକ୍ତ ଥିବା ଅଭିଯୁକ୍ତଙ୍କୁ ମାନଙ୍କ ବିରୋଧରେ କଠୋର ଓ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନିଆଯିବା ସହ ତୁରନ୍ତ ସାମ୍ବାଦିକ ସୁରକ୍ଷା ଆଇନ କାର୍ଯ୍ୟକାରୀ କରିବାକୁ ଦାବି କରିଥିଲେ । ଏନେଇ ଏକ ଦାବିପତ୍ର ରାଜ୍ୟ ମୁଖ୍ୟ ନିର୍ବାଚନ ଉଦ୍ଦେଶ୍ୟରେ ଜିଲାପାଳ ଶ୍ରୀମିଶ୍ରଙ୍କୁ ପ୍ରଦାନ କରାଯାଇଥିଲା । ଦାବିପତ୍ର ପ୍ରଦାନ ସମୟରେ ସଂଘର ସାଧାରଣ ସଂପାଦକ ଶଶାଙ୍କ ଶେଖର ମିଶ୍ର, ବରିଷ୍ଠ ସଦସ୍ୟ ରବିନ୍ଦ୍ର କୁମାର ରାଉତ, ଦେବାଶିଷ ପୁରୋହିତ, ଅଜିତ କୁମାର ବାରିକ, ଧବଳେଶ୍ୱର ମହାପାତ୍ର, ପ୍ରମୋଦ ବାଘ, ରାକେଶ କୁମାର ଦାସ ଦୀପକ ଅଦର ପ୍ରମୁଖ ସାମିଲ ଥିଲେ ।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories