www.samajalive.in
Saturday, December 6, 2025
23.1 C
Bhubaneswar

ବୌଦ୍ଧରେ ନିଶାମୁକ୍ତ ଭାରତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ

ବୌଦ୍ଧ: ବୌଦ୍ଧ ସହର ସ୍ଥିତ ବନ୍ୟା ଆଶ୍ରୟସ୍ଥଳୀ ଠାରେ ସୋମବାର ଜିଲ୍ଲା ପ୍ରଶାସନ ତଥା ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ପକ୍ଷରୁ ନିଶାମୁକ୍ତ ଭାରତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ପ୍ରମୋଦ କୁମାର ପ୍ରଧାନ, ସମ୍ମାନିତ ଅତିଥି ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରିତକାନ୍ତି ବଳିଆର ସିଂହ, ଜିଲ୍ଲା ସଂସ୍କୃତି ଅଧିକାରୀ ଶୁକ୍ରୁ ସ୍ଵାଇଁ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ଶେଖର ପୁଝାରୀ ପ୍ରମୁଖ ଉପସ୍ଥିତ ରହି ନିଶାମୁକ୍ତ ଭରତ ଅଭିଯାନ ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ । ଏହି ଅବସରରେ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା । ଏଥିରେ ବକୃତା, ପ୍ରବନ୍ଧ ଲିଖନ ଓ ଚିତ୍ରାଙ୍କନ  ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ କୃତି ପ୍ରତିଯୋଗୀ ମାନଙ୍କୁ ଅତିଥିମାନଙ୍କ ଦ୍ଵାରା ମାନପତ୍ର ସହ ଟ୍ରଫି ପ୍ରଦାନ କରାଯାଇଥିଲା । ଏହି ଉପଲକ୍ଷେ ଛାତ୍ରଛାତ୍ରୀ ଓ ସମସ୍ତ ଅତିଥି ମାନେ ନିଶାମୁକ୍ତ ଭାରତ ଗଠନ ପାଇଁ ସାମୁହିକ ଶପଥ ପାଠ କରିଥିଲେ ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories