www.samajalive.in
Thursday, December 11, 2025
18.1 C
Bhubaneswar

ବିଭିନ୍ନ ବିଦ୍ୟାଳୟ ବୁଲି ସମସ୍ୟା ବୁଝିଲେ ଅଧିକାରୀ

ବୌଦ୍ଧ: ଜିଲ୍ଲାପାଳ ସତ୍ୟ ରଞ୍ଜନ ସାହୁଙ୍କ ନିର୍ଦ୍ଦେଶକ୍ରମେ ଶନିବାର ଦିନ ଅଧିକାରୀମାନେ ବିଭିନ୍ନ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି । ବିଦ୍ୟାଳୟ ଗୁଡିକରେ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଉପସ୍ଥାନ, ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା, ପରିଷ୍କାର ପରିଚ୍ଛନ୍ନତା, ଶିକ୍ଷା ପରିବେଶ ଓ ଛାତ୍ରଛାତ୍ରୀଙ୍କ ସୁରକ୍ଷା ଆଦି ଅଧିକାରୀମାନେ ଅନୁଧ୍ୟାନ କରିଥିବା ଜଣାଯାଇଛି ।

ମଧ୍ୟାହ୍ନ ଭୋଜନ ସମୟରେ ପହଞ୍ଚି ଛାତ୍ରଛାତ୍ରୀ ମାନଙ୍କୁ ଖାଦ୍ୟର ମାନ ଓ ପରିମାଣ ନେଇ ପଚାରି ବୁଝିଥିଲେ । ଅତିରିକ୍ତ ଜିଲାପାଳ ବବିତାରାଣୀ ଦଳବେହେରା, ଉପଜିଲାପାଳ ସନତ କୁମାର ନାଏକ, ତହସିଲଦାର ଦେବୀ ପ୍ରସାଦ ଦାଶ, ଟିଆରଓ ମହାପାତ୍ର କୁଲଦୀପ ମହାନ୍ତି ଏବଂ ସୂଚନା ଓ ଲୋକସଂପର୍କ ଅଧିକାରୀ ରୀତାକାନ୍ତି ବଳିୟାରସିଂହ ପ୍ରମୁଖ ବୌଦ୍ଧ ଏନଏସିର ଚନ୍ଦ୍ରଚୂଡ ମଧ୍ୟ ଇଂରାଜୀ ବିଦ୍ୟାଳୟ, ମାଳିସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ସରସରା ଓ ରାଧାନଗର ବିଦ୍ୟାଳୟ ଆଦି ପରିଦର୍ଶନ କରିବା ଜଣାଯାଇଛି ।

Hot this week

ମହିଳାଙ୍କୁ ଦୁର୍ବ୍ୟବହାର- ବୃଦ୍ଧଙ୍କୁ ଲଣ୍ଡା କରି ଚପଲ ମାଳ ପିନ୍ଧାଇଲେ

ଭବାନୀପାଟଣା - ଜଣେ ମହିଳାଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ସଦରଥାନା ଅନ୍ତର୍ଗତ...

୨୦୦ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ, ଚେତା ହରାଇଲେ ଛାତ୍ରୀ

ସମାଜଲାଇଭ ଡେସ୍କ: ଛାତ୍ରୀଙ୍କୁ ଦୁଇ ଶହ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ।...

 ବସ୍‌ ସହ ବାଇକ ମୁହାଁ ମୁହିଁ ଧକ୍କା, ୨ ଛାତ୍ରଙ୍କ ମୃତ୍ୟୁ  

ଗୁଣପୁର, - -ରାୟଗଡ଼ା ଜିଲ୍ଲା ରାମନାଗୁଡା ଥାନା ଅନ୍ତର୍ଗତ ପାଲୁପାଇ ନିକଟରେ...

ନବ ନିଯୁକ୍ତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ: ଦୁର୍ନୀତିଠାରୁ ଲକ୍ଷେ କୋଷ ଦୂରରେ ରୁହନ୍ତୁ

‘ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ତିଆରି ଯୋଜନା-୩.୦’ ଲୋକାର୍ପିତ ଭୁବନେଶ୍ୱର: ଯିଏ ଯେଉଁ ପଦବୀରେ ବି...

ଓଡିଶାରେ ଖୋଲିବ ସିଏଜି କାର୍ଯ୍ୟାଳୟର ପୂର୍ବାଞ୍ଚଳ ଶାଖା

ଭୁବନେଶ୍ୱର: ଆସନ୍ତା ଓଡ଼ିଆ ନବବର୍ଷ ଏପ୍ରିଲ ୧୫ ତାରିଖରେ ଭାରତର  ମହାଲେଖା...

Related Articles

Popular Categories