www.samajalive.in
Monday, December 8, 2025
24.1 C
Bhubaneswar

ବୌଦ୍ଧରେ ବିଶ୍ୱ ରେଡକ୍ରସ ଦିବସ ପାଳିତ

ବୌଦ୍ଧ:  ବୌଦ୍ଧ ଜିଲ୍ଲା ପ୍ରଶାସନ ପକ୍ଷରୁ ବିଶ୍ୱ ରେଡକ୍ରସ ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସକାଳ ୭ ଘଂଟା ସମୟରେ ଜିଲ୍ଲା ସଂଗ୍ରହାଳୟ ସମ୍ମୁଖରୁ ଏକ ସଚେତନତା ଶୋଭାଯାତ୍ରା ବାହାରି ଟାଉନହଲ ଠାରେ ପହଞ୍ଚିଥିଲା । ଏଥିରେ ଆଦର୍ଶ ବିଦ୍ୟାଳୟ ତେତେଲେଙ୍ଗା, ମଡେଲ ଡିଗ୍ରୀ କଲେଜ ବାମଣ୍ଡା, ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟ, ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଏବଂ ଯୋଗେନ୍ଦ୍ର ଦେବ ଉଚ୍ଚ ବିଦ୍ୟାଳୟର ଏନସିସି ବେଣ୍ଡ ଦଳ ସାମିଲ ହୋଇ ପ୍ଲା କାର୍ଡ ଓ ସ୍ଲୋଗାନ ଦେଇ ସହର ପରିକ୍ରମା କରିଥିଲେ । ଟାଉନହଲଠାରେ ଆୟୋଜିତ ବିଶ୍ୱ ରେଡକ୍ରସ ଦିବସ ପାଳନ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ର ଯୋଗଦେଇ ରେଡକ୍ରସ ପତାକା ଉତ୍ତୋଳନ କରିବା ସହିତ ଶପଥ ପାଠ କରାଇଥିଲେ । ପରେ ଆୟୋଜିତ ରକ୍ତଦାନ ଶିବିରରେ ଜିଲ୍ଲାପାଳ ଶ୍ରୀମିଶ୍ର ପ୍ରଥମେ ରକ୍ତଦାନ କରିଥିଲେ ।

ଏହି ଅବସରରେ ଆୟୋଜିତ ଆଲୋଚନା ସଭାରେ ମୁଖ୍ୟଅତିଥି ଜିଲ୍ଲାପାଳ ଶ୍ରୀମିଶ୍ର ଯୋଗଦେଇ ସେବାକୁ ଆଧାର କରି ଛାତ୍ର ଜୀବନରୁହିଁ ଦେଶର ସେବା କରିବାକୁ ଆଗେଇ ଆସିବାକୁ ସମସ୍ତଙ୍କୁ ଆହ୍ୱାନ କରିଥିଲେ । କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ଅତିରକ୍ତ ଜିଲ୍ଲାପାଳ ବବିତାରାଣୀ ଦଳବେହେରା, ଅତିରକ୍ତ ଆରକ୍ଷୀ ଅଧିକ୍ଷକ ରବୀନ୍ଦ୍ର କୁମାର ରାଉତ, ଉପଜିଲ୍ଲାପାଳ ସନତ କୁମାର ନାଏକ, ଏନଏସି ଅଧ୍ୟକ୍ଷ ମୃତ୍ୟୁଞ୍ଜୟ ମିଶ୍ର ପ୍ରମୁଖ ଯୋଗଦେଇ ରକ୍ତଦାନ କାର୍ଯ୍ୟକ୍ରମ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଅନୁଷ୍ଠାନ ଓ ବ୍ୟକ୍ତି ବିଶେଷଙ୍କୁ ଉତ୍ସାହିତ କରିଥିଲେ । ଏହି ଅବସରରେ ରେଡକ୍ରସର ସମସ୍ତ ଆଜୀବନ ସଦସ୍ୟ, ଆୟୋଜିତ ପ୍ରତିଯୋଗତାର କୃତୀ ପ୍ରତିଯୋଗୀ, ରକ୍ତଦାନ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଅନୁଷ୍ଠାନ ଓ ସ୍ୱେଚ୍ଛାସେବୀମାନଙ୍କୁ ଅତିଥିମାନଙ୍କ ଦ୍ୱାରା ପ୍ରମାଣପତ୍ର ଓ ପୁରସ୍କାର ପ୍ରଦାନ କରାଯାଇଥିଲା ।

- Advertisement -

ଆୟୋଜିତ କାର୍ଯ୍ୟକ୍ରମରେ ଡେପୁଟି କଲେକ୍ଟର ଅବନୀକାନ୍ତ ସାହୁ ଅତିଥି ପରିଚୟ, ସ୍ୱାଗତଭାଷଣ ଓ ଧନ୍ୟବାଦ ପ୍ରଦାନ କରିଥିବାବେଳେ ସ୍ଥପତି ସୁମନ ଷଡଙ୍ଗୀ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ । ଏହି ଅବସରରେ ଆୟୋଜିତ ରକ୍ତଦାନ ଶିବିରରେ ୧୪ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିବାବେଳେ ଜିଲା ପ୍ରଶାସନର ଅଧିକାରୀମାନେ ବହୁଳ ସଂଖ୍ୟାରେ ଏଥିରେ ଅଂଶଗ୍ରହଣ କରିଥିଲେ ।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories