ବୌଦ୍ଧ: ବୌଦ୍ଧ ସଦରମହକୁମା ଠାରେ ସୋମବାର ଦିନ ଜିଲାପାଳ ଓ ଏସପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ସମୁଦାୟ ୩୬ଗୋଟି ଆପତ୍ତି ଅଭିଯୋଗ ଆସିଥିବାବେଳେ ସେଥିମଧ୍ୟରୁ ୩୪ ଗୋଟି ବ୍ୟକ୍ତିଗତ ମାମଲା ହୋଇଥିବାବେଳେ ୨ ଗୋଟି ବିଭିନ୍ନ ଗ୍ରାମର ସାମୁହିକ ମାମଲା ଆସିଥିଲା । ଆସିଥିବା ଅଭିଯୋଗ ଗୁଡିକ ମଧ୍ୟରୁ ୧୩ ଗୋଟି ଅଭିଯୋଗକୁ ତତ୍କାଳ ଫଇସଲା କରାଯାଇଥିବା ବେଳେ ୫ ଗୋଟି ଅଭିଯୋଗ ସଂପର୍କରେ ଅନୁଧ୍ୟାନ କରାଯାଇ ତୁରନ୍ତ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୩୦ ହଜାର ଟଙ୍କାର ଆର୍ଥିକ ସହାୟତା ଯୋଗାଇଦିଆଯାଇଥିଲା ।
ଏହି ଶିବିରରେ ଜିଲାପାଳ ଲଲାଟେନ୍ଦୁ ମିଶ୍ର, ଏସପି ଜ୍ଞାନରଞ୍ଜନ ମହାନ୍ତି, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅଶ୍ୱିନୀ କୁମାର ମେହେର, ଉପଜିଲାପାଳ ସନତ କୁମାର ନାଏକ, ତହସିଲଦାର ଦେବୀ ପ୍ରସାଦ ଦାଶ, ବୌଦ୍ଧ ବ୍ଲକ ବିଡିଓ ଅବିନାଶ ପାଣ୍ଡିଆ, ଡିସିପିଓ ରାହୁଲ ପ୍ରଧାନ, ପ୍ରକଳ୍ପ ନିର୍ଦ୍ଦେଶ ଜଳଛାୟା ମିଶନ ପ୍ରଦିପ୍ତ କୁମାର ମହାନ୍ତି ଓ ସମସ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ଶିବିରକୁ ଜିଲା ଜରୁରୀକାଳୀନ ଅଧିକାରୀ ଅବନିକାନ୍ତ ସାହୁ ଏବଂ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରିତାକାନ୍ତି ବଳିୟାରସିଂହ ପ୍ରମୁଖ ପରିଚାଳନା କରିଥିଲେ ।



