www.samajalive.in
Tuesday, December 9, 2025
16.1 C
Bhubaneswar

ଚାଷ କାର୍ଯ୍ୟ ବେଳେ ବଜ୍ରପାତ ଘଟି ଯୁବକଙ୍କ ମୃତ୍ୟୁ

ପାତ୍ରପୁର: ଜମିରେ ଧାନ ରୁଆ କାର୍ଯ୍ୟରେ ଲାଗିଥିବା ବେଳେ ବଜ୍ରପାତ ଘଟି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ଦିଗପହଣ୍ଡି ବ୍ଳକ ଚୌଧୁରୀ ଟିକରପଡ଼ା ଗ୍ରାମର ଜଳନ୍ଧର ପ୍ରଧାନଙ୍କ ପୁଅ ପବିତ୍ର ପ୍ରଧାନ(୧୮)ବୋଲି ଜଣାପଡ଼ିଛି।

ଚଳିତ ବର୍ଷ ଯୁକ୍ତ ଦୁଇ ପାସ କରିଥିବା ପବିତ୍ର ଆଜି ଗ୍ରାମ ନିକଟ ଜମିରେ ଧ।ନରୁଆ କାର୍ଯ୍ୟରେ ସହାୟତା କରୁଥିଲେ। ଏହି ସମୟରେ ବଜ୍ରପାତ ଘଟି ସେ ଗୁରୁତର ହୋଇ ପଡ଼ିଥିଲେ। ତୁରନ୍ତ ତାଙ୍କୁ ନିକଟସ୍ଥ ଗୌଡ଼ଗାଁ ଡାକ୍ତରଖାନାକୁ ନିଆଯାଇଥିବା ବେଳେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଚାନ୍ଦପୁର ଫାଣ୍ଡିଅଧିକାରୀ ବିନିତ କୁମାର ଶତପଥୀ ଡାକ୍ତରଖାନାରେ ପହଞ୍ଚି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories