www.samajalive.in
Sunday, December 7, 2025
23.1 C
Bhubaneswar

ବନ୍ଧୁର ଜୀବନ ନେଲା ବନ୍ଧୁ

ସମ୍ବଲପୁର : ସମ୍ବଲପୁର ଜିଲା ଅଇଁଠାପାଲି ଅନ୍ତର୍ଗତ ଫାଟକ ଅଞ୍ଚଳରେ ଗୁରୁବାର ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି। ମୃତ ଯୁବକ ଜଣକ ହେଉଛନ୍ତି ଜଗନ୍ନାଥ କଲୋନୀର ସଞ୍ଜୟ ପଟ୍ଟନାୟକଙ୍କ ପୁଅ ସନ୍ତୋଷ ପଟ୍ଟନାୟକ(୧୮)। ସନ୍ତୋଷଙ୍କ ଦୁଇ ବନ୍ଧୁ ତାଙ୍କୁ ହତ୍ୟା କରିଥିବା ଜଣାପଡ଼ିଛି।
ସୂଚନା ଅନୁସାରେ, ସନ୍ତୋଷ ଆଜି ସକାଳେ ଫାଟକ ଅଞ୍ଚଳର ଏକ ଓଭରବ୍ରିଜ୍‍ ତଳେ ଦୁଇ ସାଙ୍ଗଙ୍କ ସହ ଖଟି କରୁଥିଲେ। କୌଣସି କାରଣରୁ ସାଙ୍ଗ ଦୁଇ ଜଣଙ୍କ ସହ ତାଙ୍କର ବଚସା ହୋଇଥିଲା। ଏହାପରେ ୨ ସାଙ୍ଗ ଛୁରିରେ ତାଙ୍କ ବେକକୁ ଆକ୍ରମଣ କରିଥିଲେ। ତାଙ୍କୁ ନିକଟସ୍ଥ ଡାକ୍ତରଖାନାକୁ ନିଆଯାଇଥିଲେ ମଧ୍ୟ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଆକ୍ରମଣକାରୀ ଦୁହେଁ ଦୁଇ ଭାଇ ବୋଲି ଜଣାପଡି଼ଛି। ପୁଲିସ ସାଇଣ୍ଟିଫିକ୍‍ ଟିମ୍‍ ସହିତ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିବା ବେଳେ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories