www.samajalive.in
Sunday, December 14, 2025
23.1 C
Bhubaneswar

ପବିତ୍ର ମୋହନ ସେତୁ ନାମରେ ନାମିତ ହେଲା କଣିହା ସ୍ଥିତ ବ୍ରାହ୍ମଣୀ ନଦୀ ସେତୁ

ଭୁବନେଶ୍ୱର: ଅନୁଗୋଳ ଜିଲା କଣିହା ଠାରେ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ସେତୁକୁ ରାଜ୍ୟ ସରକାର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ପ୍ରଜାମଣ୍ଡଳ ନେତା ତଥା ଓଡିଶାର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ୱର୍ଗତ ପବିତ୍ର ମୋହନ ପ୍ରଧାନଙ୍କ ସ୍ମୃତିରେ ପବିତ୍ର ମୋହନ ସେତୁ ନାମରେ ନାମିତ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି।
ସୂଚନାଯୋଗ୍ୟ ଯେ, ଗତ ଜୁଲାଇ ୧୧ ତାରିଖରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ତାଳଚେର ଗସ୍ତରେ ଯାଇଥିବା ବେଳେ ପବିତ୍ର ମୋହନ ପ୍ରଧାନଙ୍କ ସ୍ମୃତି ରକ୍ଷା ପାଇଁ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ସେତୁକୁ ସ୍ୱର୍ଗତ ପବିତ୍ର ମୋହନ ପ୍ରଧାନଙ୍କ ନାମରେ ନାମିତ କରିବା ପାଇଁ ଜନସାଧାରଣ ଅନୁରୋଧ କରିଥିଲେ । ତଦନୁଯାୟୀ, ରାଜ୍ୟ ସରକାର ଏହି ସେତୁର ନାମକୁ ପ୍ରଜାମଣ୍ଡଳ ଆନ୍ଦୋଳନର ଅଗ୍ରଗଣ୍ୟ ସାରଥି ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ୱର୍ଗତ ପବିତ୍ର ମୋହନ ପ୍ରଧାନଙ୍କ ନାମରେ ନାମିତ କରିଛନ୍ତି। ସୂଚନାଯୋଗ୍ୟ ଯେ, ୫୧୧ ମିଟର ଦୈର୍ଘ୍ୟ ବିଶିଷ୍ଟ, ସିଲିଙ୍ଗ ଠାରୁ ତାଳପଦା ରାସ୍ତାକୁ ଯୋଡୁ ଥିବା ଏହି ସେତୁ, ୪୫ କୋଟି ୭୯ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ହୋଇଛି।

Hot this week

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

Related Articles

Popular Categories