www.samajalive.in
Wednesday, December 10, 2025
14.1 C
Bhubaneswar

ବ୍ରଜନାଥ ବଡ଼ଜେନା ସରକାରୀ ଉଚ୍ଚ ବିଦ୍ୟାଳୟ,ରେ ‘ପୁଣ୍ୟାତ୍ମା ଗୋପବନ୍ଧୁ’ଙ୍କ ଆଲୋଚନାଚକ୍ର

କାମାକ୍ଷାନଗର:ଢେଙ୍କାନାଳସ୍ଥିତ ବ୍ରଜନାଥ ବଡ଼ଜେନା ଉଚ୍ଚ ବିଦ୍ୟାଳୟ ପରିସରରେ ‘ପୁଣ୍ୟାତ୍ମା ଗୋପବନ୍ଧୁ’ ବିଷୟରେ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଡ ଆରତି କର ମୁଖ୍ୟଅତିଥି ଭାବରେ ଯୋଗଦେଇ ‘ପୁଣ୍ୟାତ୍ମା ଗୋପବନ୍ଧୁ’ ଜୀବନ ଚରିତ ପୁସ୍ତକଟିର ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ। ଏହି କାର୍ଯ୍ୟକ୍ରମରେ ଅନ୍ୟତମ ସମ୍ମାନିତ ଅତିଥି ଭାବରେ ବିରଜା ପ୍ରସାଦ ଶତପଥୀ ଯୋଗଦେଇ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କର ଜୀବନୀ ଓ ବହୁମୁଖି ଜୀବନଧାରା ସମ୍ପର୍କରେ ସବିଶେଷ ଆଲୋଚନା କରିଥିଲେ। ଛାତ୍ରୀଛାତ୍ରମାନଙ୍କୁ ଉତ୍କଳମଣିଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାକୁ ଆହ୍ବାନ ଦେଇଥିଲେ। ବିଦ୍ୟାଳୟର ବରିଷ୍ଠ ସହକାରୀ ଶିକ୍ଷକ ଶିକ୍ଷକ ଡ଼ା.ଦେବୀ ପ୍ରସାଦ ମିଶ୍ର ସଭାପତିତ୍ବ କରିଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ବ୍ରହ୍ମୋତ୍ରୀ ବିଶ୍ୱାଳ, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ପ୍ରମୋଦ କୁମାର ଛୋଟରାୟ, ଉପ ସଭାପତି ସୁପ୍ରଭା ସ୍ୱାଇଁ, ଅନ୍ୟତମ ସଦସ୍ୟ ସାରଙ୍ଗଧର ସାହୁ, ଦିଲାବର ହୁସେନ, ବିରଞ୍ଚି ନାଏକ, ମିନା ନାଏକ, ସଦସ୍ୟା ଝରଣା ପାତ୍ର, ଶିକ୍ଷୟିତ୍ରୀ ଅନୁପମା ମିଶ୍ର, ଅନୁପମା ପଣ୍ଡା, ସୁରେଶ କୁମାର ପଣ୍ଡା, ସୁଭାଷ କୁମାର ନନ୍ଦ, ସ୍ବର୍ଣ୍ଣମୟୀ ଶତପଥୀ, ଧ୍ୟାନଚାନ୍ଦ ମିଶ୍ର, ସୁନିତାବାଳା ଷଡ଼ଙ୍ଗୀ, ସ୍ୱାଗତିକା ରଥ, ସୁଜାତା ପଣ୍ଡା, ସୁଚିତ୍ରା ସାହୁ, କିରଣମୟୀ ମାହାଳିକ, ଦିପ୍ତୀଶ କୁମାର ଶତପଥୀ, କଲ୍ୟାଣୀ ବଡ଼ଜେନା, କ୍ଷୀରାବଧିତନୟା ମହାପାତ୍ର, ରଶ୍ମୀ ହୋତା, କଳ୍ପନା ବାରିକ, ଶୁଭଶ୍ରୀ ଦେବସ୍ମିତା ରାଉତ, ସୁଜିତ କୁମାର ବାରା, ପ୍ରଫୁଲ୍ଲ କୁମାର ବିଶ୍ବାଳ, ବାସୁଦେବ ରଣା, ମମତା ବେହେରା, ରୁଦ୍ରାକ୍ଷ ଗଡନାୟକ, ସନ୍ତୋଷ ଜେନା, ନରହରି ଗୋଛାୟତ ପ୍ରମୁଖ ଯୋଗଦେଇଥିଲେ। ବରିଷ୍ଠ ଶିକ୍ଷକ ସୁବାସ ନନ୍ଦ ଧନ୍ୟବାଦ ଦେଇଥିଲେ l

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories