www.samajalive.in
Sunday, December 14, 2025
17.1 C
Bhubaneswar

ବ୍ରଜରାଜନଗର ପାଇଁ ବିଜେପିର ତାରକା ପ୍ରଚାରକ ତାଲିକା

ଭୁବନେଶ୍ୱର: ବ୍ରଜରାଜନଗର ଉପନିର୍ବାଚନ ପ୍ରଚାରକୁ ଆଉ ମାତ୍ର ୧୪ ଦିନ ରହିଛି। ଏହି ଦୁଇ ସପ୍ତାହ ଭିତରେ କିଭଳି ପ୍ରଚାର ଜୋରଦାର ହେବ ସେଥିପାଇଁ ବିଜେପି ଅଣ୍ଟା ଭିଡ଼ିଛି। ଏହି ଉପନିର୍ବାଚନ ପାଇଁ ଦଳ ପକ୍ଷରୁ ୪୦ ଜଣିଆ ପ୍ରଚାର ତାରକା ତାଲିକା ଘୋଷଣା କରାଯାଇଛି। ଏଥର ୫ କେନ୍ଦ୍ରମନ୍ତ୍ରୀଙ୍କୁ ନିର୍ବାଚନ ପ୍ରଚାର ମଇଦାନକୁ ଓହ୍ଲାଇବାକୁ ଦଳ ସ୍ଥିର କରିଛି। କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋଏଲ, ଧର୍ମେନ୍ଦ୍ର ପ୍ରଧାନ, ପ୍ରହଲ୍ଲାଦ ଯୋଶୀ, ଅଶ୍ୱିନୀ ବୈଷ୍ଣବ ଓ ବିଶେଶ୍ବର ଟୁଡୁ ପ୍ରଚାର ମଙ୍ଗ ଧରିବେ। ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସହିତ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସାଂସଦ ଜୁଏଲ ଓରାମ, ରାଜ୍ୟ ପ୍ରଭାରୀ ଡି.ପୁରନ୍ଦେଶ୍ୱରୀ, ରାଜ୍ୟ ସହପ୍ରଭାରୀ ତଥା ସାଂସଦ ବିଜୟ ପାଲ ସିଂହ ତୋମାର, ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରମଣ ସିଂହ, ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସାଂସଦ ପ୍ରତାପ ଚନ୍ଦ୍ର ଷଡଙ୍ଗୀ, ସାଂସଦ ସୁରେଶ ପୂଜାରୀ, ବସନ୍ତ କୁମାର ପଣ୍ଡା, ପୂର୍ବତନ ରାଜ୍ୟ ସଭାପତି କନକ ବର୍ଦ୍ଧନ ସିଂହଦେଓ, ମନମୋହନ ସାମଲ, ସାଂସଦ ଅପରାଜିତା ଷଡଙ୍ଗୀ, ରାଷ୍ଟ୍ରୀୟ ମୁଖପାତ୍ର ଡ.ସମ୍ବିତ ପାତ୍ର, ସାଂସଦ ସଙ୍ଗୀତା ସିଂହଦେଓ, ଛତିଶଗଡର ପୂର୍ବତନ ମନ୍ତ୍ରୀ ବ୍ରିଜ ମୋହନ ଅଗ୍ରୱାଲ, ସାଂସଦ ନିତେଶ ଗଙ୍ଗଦେବ, ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ର, ବିରୋଧୀ ଦଳ ଉପନେତା ବିଷ୍ଣୁଚରଣ ସେଠୀ, ବରିଷ୍ଠ ନେତ୍ରୀ ସୁରମା ପାଢ଼ୀ, ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝି, ବରିଷ୍ଠ ନେତା ଖାର‌େ‌ବଳ ସ୍ୱାଇଁ, ରାଜ୍ୟ ସାଧାରଣ ସମ୍ପାଦକ ରବି ନାରାୟଣ ନାଏକ, ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ ରହିଛନ୍ତି। ଏହାସହିତ ବିଧାୟକ ନାଉରି ନାୟକ, ସୁବାସ ପାଣିଗ୍ରାହୀ, ଶଙ୍କର ଓରାମ, ଭବାନୀ ଶଙ୍କର ଭୋଇ, କୁସୁମ ଟେଟେ, ଡ.ମୁକେଶ ମହାଲିଙ୍ଗ, ବରିଷ୍ଠ ନେତା ରଞ୍ଜନ ପଟେଲ, ରାଜ୍ୟ ସାଧାରଣ ସଂପାଦକ (ସଂଗଠନ) ମାନସ କୁମାର ମହାନ୍ତି, ରାଜ୍ୟ ସଂପାଦିକା ପିଙ୍କି ପ୍ରଧାନ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶ୍ରୀତମ ଦାସ, ଅନୁ ଚୌଧୁରୀ ଓ ହରିହର ମହାପାତ୍ର ପ୍ରମୁଖ ସାମିଲ ଅଛନ୍ତି।

Hot this week

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

Related Articles

Popular Categories