ବ୍ରଜରାଜନଗର : ଝାରସୁଗୁଡା ଜିଲା ବ୍ରଜରାଜନଗରରେ ଉପନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ରିଟର୍ଣ୍ଣିଂ ଅଫିର ତଥା ଉପଜିଲ୍ଲାପାଳଙ୍କ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ଠାରୁ ଆଶାୟୀମାନେ ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ କରାଯିବ। ଏହାସହ ୧୨ ସୁଦ୍ଧା ସମସ୍ତ ଯାଞ୍ଚ କରାଯିବା ସହ ଆସନ୍ତା ୧୭ ତାରିଖ ସୁଦ୍ଧା ନାମାଙ୍କନ ପ୍ରତ୍ୟାହାର କରାଯାଇପାରିବ।
ଏହାସହ ଆଇନଶୃଙ୍ଖଳା ରକ୍ଷା ଲାଗି ପୁଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯିବ ବୋଲି ନିଷ୍ପତ୍ତି ନିଆଯାଇଥିଲା। ଉପନିର୍ବାଚନରେ ୨ ଲକ୍ଷ ୧୪ ହଜାର ୨୬୧ ଭୋଟର ସେମାନଙ୍କର ମତାଧିକାର ସାବ୍ୟସ୍ତ କରିବେ। ମେ’୩୧ରେ ଭୋଟ୍ ଗ୍ରହଣ ହେବ। ବିଜେଡି ବିଧାୟକ କିଶୋର ମହାନ୍ତିଙ୍କ ଦେହାନ୍ତ ପରେ ଏହି ଆସନ ଖାଲି ପଡିଛି।



