www.samajalive.in
Saturday, December 6, 2025
26.1 C
Bhubaneswar

କରୋନାରେ ଆଖି ବୁଜିଲେ ନବବଧୂ

ଜେକେପୁର : କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିବା ନବବଧୂର ମୃତ୍ୟୁକୁ ନେଇ ରାୟଗଡା ଜିଲ୍ଲାର ଜେକେପୁର ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ଚିକିତ୍ସା ଅବହେଳାରୁ ନବବଧୂର ମୃତ୍ୟୁ ହୋଇଥିବା ଅଭିଯୋଗରେ କୁମୁଟିପେଣ୍ଠ ପଞ୍ଚାୟତ ଅନ୍ତର୍ଗତ ନାଇଡୁପେଟା ଗ୍ରାମବାସୀ ୩୨୬ ନମ୍ବର ଜାତୀୟ ରାଜପଥ ଅବରୋଧ କରିଥିଲେ। ୩ ଘଣ୍ଟାର ଆନ୍ଦୋଳନ ପରେ ଘଟଣାର ତଦନ୍ତ ପାଇଁ ପ୍ରଶାସନ ପ୍ରତିଶ୍ରୁତି ଦେବା ପରେ ରାସ୍ତାରୋକ ହଟିଛି।
ନାଇଡୁପେଟାର ଜି. ତ୍ରିବେଣୀ (୨୧) ମେ ୨୧ ତାରିଖରେ ଜି ରାମୁଲୁ ,ଯିଏକି ମୁକ ଆଉ ବଧିର ନିଜେ ଉଚ୍ଚ ଶିକ୍ଷିତ ହୋଇ ପରିବାରର ସହମତିରେ ବିବାହ କରିଥିଲେ। ଵିଵାହର କିଛି ଦିନ ପରେ ୨୬ ତାରିଖରେ ଅସୁସ୍ଥତା ଅନୁଭବ କରିବା ପରେ କୋଭିଡ ସ୍ୱାବ ପରୀକ୍ଷା କରିଥିଲେ। ରିପୋର୍ଟ ପଜିଟିଭ ଆସିବା ପରେ ରାତିରେ ତ୍ରିବେଣୀଙ୍କୁ ଜେକେପୁର କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଦୁଇ ଦିନ ତଳେ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବା ପରେ ହିମୋଗ୍ଲୋବିନ କମ ଥିବା ଜଣା ପଡିଥିଲା। ଆବଶ୍ୟକ ରକ୍ତ ପ୍ରଦାନ ପରେ ମଧ୍ୟ ତ୍ରିବେଣୀଙ୍କ ସ୍ୱାସ୍ଥ୍ୟ ଅବସ୍ଥାରେ ଉନ୍ନତି ପରିଲକ୍ଷିତ ହୋଇନଥିଲା। ଫଳରେ ଗତ ଶନିବାର ସନ୍ଧ୍ୟାରେ ତାଙ୍କର ମୃତ୍ୟୁ ହୋଇଥିଲା।
ଖବର ପାଇ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରିବା ସହ ମେଡିକାଲରେ ଠିକ ଚିକିତ୍ସା ହେଉନଥିବା ଅଭିଯୋଗ କରିଥିଲେ। ପ୍ରତିବାଦରେ ଗାଁ ଦେଇ ଯାଇଥିବା ୩୨୬ ନମ୍ବର ଜାତୀୟ ରାଜପଥକୁ ଲୋକେ ଅବରୋଧ କରିଥିଲେ। ଖବର ପାଇ ଉପଜିଲ୍ଲାପାଳ ପ୍ରତାପ ଚନ୍ଦ୍ର ପ୍ରଧାନ, ତହସିଲଦାର ଉମା ଶଙ୍କର ବେହେରା, ଚାନ୍ଦିଲି ଥାନା ଅଧିକାରୀ ଘଟଣାସ୍ଥଳରେ ପହଂଚି ଉତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ। ମେଡିକାଲରେ ଉତ୍ତମ ଚିକିତ୍ସା ଦିଗରେ ଧ୍ୟାନ ଦିଆଯିବା ସହ ନବବଧୂ ମୃତ୍ୟୁ ଘଟଣାର ତଦନ୍ତ କରିବାକୁ ପ୍ରତିଶ୍ରୁତି ପରେ ମଧ୍ୟାହ୍ନ ୧୨ ଟାରେ ରାସ୍ତାରୋକ ହଟିଥିଲା।

Hot this week

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

Related Articles

Popular Categories