www.samajalive.in
Monday, December 15, 2025
17.1 C
Bhubaneswar

ଝୁମ୍ପୁରାରେ ସେତୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝରଗଡ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ନରେ ଝୁମ୍ପୁରାଠାରେ ଏକ ନବନିର୍ମିତ  ସେତୁର ଉଦଘାଟନ କରିଛନ୍ତି। ଏହି ଅବସରରେ ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କେନ୍ଦୁଝରରେ ଏକ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ଭୁବନେଶ୍ୱରରେ ଆଗାମୀ ୨୮-୨୯ ତାରିଖରେ ହେବାକୁ ଥିବା ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମରେ ଏକ ଏମଓୟୁ ସ୍ବାକ୍ଷରିତ ହେବ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କେନ୍ଦୁଝରର ବିକାଶକୁ ପ୍ରାଥମିକତା ଦିଆଯାଉଛି । ଜିଲ୍ଲାର ଶିକ୍ଷା, ସ୍ଵାସ୍ଥ୍ୟ ଆଦି ସବୁ କ୍ଷେତ୍ରର ବିକାଶ ପାଇଁ ଉଦ୍ୟମ ଜାରି ରହିଛି। ଉଦଘାଟିତ ଏହି ସେତୁ ଟି ଝୁମ୍ପରା-ଉଖୁଣ୍ଡା ରାସ୍ତାରେ କେନାଲ ଉପରେ ନିର୍ମିତ ହୋଇଛି । ଏହା ଦ୍ବାରା ଝୁମ୍ପୁରା ଓ ଶ୍ରୀରାମପୁର ଗ୍ରାମ ଯୋଡ଼ି  ହୋଇ ଯୋଗାଯୋଗର ସୁବିଧା ହୋଇ ପାରିଛି। ଏହା ଦ୍ବାରା ନିକଟବର୍ତ୍ତୀ  ଅଞ୍ଚଳର ଲୋକଙ୍କ ସହିତ ଦୈନିକ ୫ ହଜାରରୁ ୧୦ ହଜାର ଲୋକ ଉପକୃତ ହେବେ। ଏହି ସେତୁର ଦୈର୍ଘ୍ୟ ୬୭ ମିଟର ଓ ଆପ୍ରୋଚ୍ ରୋଡ ୧୭୫ ମିଟର ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories