www.samajalive.in
Monday, December 15, 2025
26.1 C
Bhubaneswar

କରୋନା: ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା ଗମ୍ଭୀର, ଆଇସିୟୁରେ ଭର୍ତ୍ତି

ଲଣ୍ଡନ: କରୋନାରେ ଆକ୍ରାନ୍ତ ଥିବା ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କ ସ୍ବାସ୍ଥ୍ୟାବସ୍ଥା ଗମ୍ଭୀର ହୋଇଛି। ଏଥିପାଇଁ ତାଙ୍କୁ ଆଇସିୟୁରେ ରଖି ଚିକିତ୍ସା କରାଯାଉଛି। ୫୫ ବର୍ଷୀୟ ଜନସନ୍‌ଙ୍କୁ ଗତ ରବିବାର ରାତିରେ ଲଣ୍ଡନର ସେଣ୍ଟ ଟମାସ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପୂର୍ବରୁ ଗତ ମାସରେ ସେ କରୋନାରେ ଆକ୍ରାନ୍ତ ହୋଇଥିଲେ। ଏହା ପରେ ଡାକ୍ତରଙ୍କ ପରାମର୍ଶ କ୍ରମେ ସେ ଆଇସୋଲେଶନରେ ରହିଥିଲେ। ପୁନର୍ବାର ତାଙ୍କଠାରେ କରୋନା ଲକ୍ଷଣ ଦେଖାଦେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ଯେ, ସୋମବାର ଦ୍ବିପ୍ରହରରେ ଜନ୍‌ସନ୍‌ଙ୍କ ସ୍ଥିତି ଖରାପ ହେବାରୁ ଡାକ୍ତରମାନେ ତାଙ୍କୁ ଆଇସିୟୁରେ ଭର୍ତ୍ତି କରିବାକୁ ପରାମର୍ଶ ଦେଇଥିଲେ। ହସ୍ପିଟାଲରେ ଭର୍ତ୍ତି ହେବା ପରେ ବିଦେଶ ମନ୍ତ୍ରୀ ଡୋମନିକ ରବଙ୍କୁ ନିଜ ଦାୟିତ୍ଵ ହସ୍ତାନ୍ତର କରିଛନ୍ତି। ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀଙ୍କ ଭାବି ପତ୍ନୀ କେରୀ ସାଇମଣ୍ଡ୍‌ସ ମଧ୍ୟ କରୋନା ଭୂତାଣୁ ଦ୍ବାରା ଆକ୍ରାନ୍ତ ଥିବା ଆଶଙ୍କା କରି କ୍ବାରେଣ୍ଟାଇନରେ ରହିଛନ୍ତି। ପୂର୍ବାପେକ୍ଷା ସେ ଭଲ ଥିବା ରବିବାର ଟ୍ବିଟ୍‌ କରି ସୂଚନା ଦେଇଥିଲେ।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories