www.samajalive.in
Saturday, December 6, 2025
16.1 C
Bhubaneswar

ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କଠାରେ ପୁଣି କରୋନା ଲକ୍ଷଣ, ହସ୍ପିଟାଲରେ ଭର୍ତ୍ତି

ଲଣ୍ଡନ: ବ୍ରିଟେନରେ କରୋନା ଭୂତାଣୁର ପ୍ରକୋପ ବଢ଼ିବାରେ ଲାଗିଛି। ଦେଶର ପ୍ରଧାନମନ୍ତ୍ରୀ ବୋରିସ ଜନସନ ଗତ ମାର୍ଚ୍ଚରେ କରୋନା ଭୂତାଣୁ ଦ୍ବାରା ଆକ୍ରାନ୍ତ ହୋଇଥିଲେ। ଏହାପରେ ଡାକ୍ତରଙ୍କ ପରାମର୍ଶ କ୍ରମେ ତାଙ୍କୁ ଆଇସୋଲେଶନରେ ରଖାଯାଇଥିଲା। କିନ୍ତୁ ପୁଣି ଥରେ ତାଙ୍କଠାରେ କରୋନା ଲକ୍ଷଣ ଦେଖାଯିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ଏହି ସୂଚନା ଦିଆଯାଇଛି।

ଏହାପୂର୍ବରୁ ଖବର ମିଳିଥିଲା ଯେ ପ୍ରଧାନମନ୍ତ୍ରୀ ଜନସନଙ୍କ ଭାବି ପତ୍ନୀ କେରୀ ସାଇମଣ୍ଡ୍‌ସଙ୍କଠାରେ କରୋନା ଭୂତାଣୁର ଲକ୍ଷଣ ଦେଖାଦେବାରୁ ତାଙ୍କୁ ଆଇସୋଲେଶନରେ ରଖାଯାଇଥିଲା। ସେ ଗତ ରବିବାର ଦିନ ଟ୍ବିଟ୍‌ କରି ପୂର୍ବ ତୁଳନାରେ ଭଲ ଥିବା କହିଥିଲେ। ସୂଚନାଯୋଗ୍ୟ, ବ୍ରିଟେନ ରାଜ ପରିବାର ପର୍ଯ୍ୟନ୍ତ କରୋନା ଭୂତାଣୁ ପହଞ୍ଚିସାରିଛି। ପ୍ରଧାନମନ୍ତ୍ରୀ ଜନସନ୍‌ଙ୍କ ପୂର୍ବରୁ ବ୍ରିଟେନ ଯୁବରାଜ ପ୍ରିନ୍ସ ଚାର୍ଲ୍ସଙ୍କ ରିପୋର୍ଟ କରୋନା ପଜିଟିଭ ଆସିଥିଲା। ପରେ ତାଙ୍କୁ ମଧ୍ୟ କ୍ବାରେଣ୍ଟାଇନରେ ରଖାଯାଇଥିଲା।

Hot this week

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

Related Articles

Popular Categories