www.samajalive.in
Monday, December 15, 2025
26.1 C
Bhubaneswar

୫୦ ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ, ୩ ଗିରଫ

ସମାଜଲାଇଭ ଡେସ୍କ: ରାଜଧାନୀ ଭୁବନେଶ୍ଵରରୁ ୪୭୫ ଗ୍ରାମ ବ୍ରାଉନସୁଗର ଜବତ ହୋଇଛି। ଏହି ଘଟଣାରେ ଅବକାରୀ ବିଭାଗ ଗୋଟିଏ ମୋଟରସାଇକେଲ ଜବତ କରିବା ସହିତ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ହାସିମ ଖାନ, ରବି ବାରିକ ଏବଂ ସୁଶାନ୍ତ କୁମାର ପରିଡ଼ା। ଜବତ ବ୍ରାଉନସୁଗର ମୂଲ୍ୟ ଆନୁମାନିକ ୫୦ ଲକ୍ଷ ଟଙ୍କା ହେବ ବୋଲି କୁହାଯାଇଛି। ଅଭିଯୁକ୍ତମାନେ ଏକ ବାଇକରେ ଏହାକୁ ଚାଲାଣ କରୁଥିବା ନେଇ ଅବକାରୀ ବିଭାଗକୁ ସୂଚନା ମିଳିଥିଲା। ତାହାକୁ ଆଧାର କରି ଅବକାରୀ ପୁଲିସ ଅଭିଯୁକ୍ତମାନଙ୍କୁ ଅଟକ ରଖି ଯାଞ୍ଚ କରିବା ସମୟରେ ବ୍ରାଉନସୁଗର ଜବତ ହୋଇଥିଲା। ଏ ନେଇ ଭୁବନେଶ୍ଵର କଳ୍ପନାସ୍ଥିତ ଜିଲା ଅବକାରୀ କାର୍ଯ୍ୟାଳୟଠାରେ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories