www.samajalive.in
Tuesday, December 9, 2025
26.1 C
Bhubaneswar

ଆଇଇଡି ବିସ୍ଫୋରଣରେ ୪ ଯବାନଙ୍କ ସମେତ ୬ ଆହତ

ରାୟପୁର : ଛତିଶଗଡ଼ ବିଜାପୁର ଜିଲାରେ ବୁଧବାର ଆଇଇଡ଼ି ବିସ୍ଫୋରଣରେ ୪ ସୀମା ସୁରକ୍ଷା ବଳ (ବିଏସ୍‍ଏଫ) ଯବାନଙ୍କ ସମେତ ୬ ଜଣ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ମାଓବାଦୀ ଏବଂ ସୁରକ୍ଷା କର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ଜାରି ରହିଥିବା ସୂଚନା ମିଳିଛି।
ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ବେଳେ ସୋମବାର ବିଜାପୁରଠାରେ ମାଓବାଦୀ ଓ ସିଆରପିଏଫଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ୭ ମାଓବାଦୀଙ୍କ ମୃତ୍ୟୁ ଘଟିଥିଲା ଓ ୫ ଜଣ ସୁରକ୍ଷା କର୍ମୀ ଆହତ ହୋଇଥିଲେ। ପ୍ରତିଶୋଧ ପରାୟଣ ହୋଇ ବୁଧବାର ମାଓବାଦୀମାନେ ସୁରକ୍ଷା କର୍ମୀଙ୍କ ଉପରକୁ ପୁନଃ ଆକ୍ରମଣ କରିଥିବା କୁହାଯାଉଛି।
ସୂଚନା ଅନୁସାରେ ଆଇଇଡ଼ି ବିସ୍ଫୋରଣରେ ଯବାନଙ୍କ ବ୍ୟତୀତ ଜଣେ ସାଧାରଣ ନାଗରିକ ଏବଂ ଜିଲା ରିଜର୍ଭ ପୁଲିସ୍‍ (ଡିଆରଜି)ର ଜଣେ କର୍ମୀ ଆହତ ହୋଇଛନ୍ତି। ଆହତଙ୍କୁ ବିଜାପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

Hot this week

କେଉଁ ଡାଲି ଶରୀର ପାଇଁ ଜରୁରୀ: ରକ୍ତଚାପ, କୋଲେଷ୍ଟ୍ରଲ ଏବଂ ଓଜନ ମଧ୍ୟ ହ୍ରାସ ପାଇଥାଏ

ସମାଜ ଡିଜିଟାଲ ଡେସ୍କ: ଡାଲି ପୁଷ୍ଟିସାରରେ ଭରପୂର ରହିଥାଏ। ଏଥିରେ ପ୍ରଚୁର...

ସରିଲା ଶୀତକାଳୀନ ଅଧିବେଶନ

ଭୁବନେଶ୍ଵର: ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ। ନିର୍ଦ୍ଧାରିତ ସମୟ ପୂର୍ବରୁ ଅଧିବେଶନ...

ବିଦ୍ୟୁତ୍ ତାର ଲାଗି ତାଲିମ ବିମାନ ଦୁର୍ଘଟଣା

ସମାଜ ଲାଇଭ ଡ଼େସ୍କ : ମଧ୍ୟପ୍ରଦେଶର ସିଓନିରେ ଏକ ତାଲିମ ବିମାନ...

ଅଜବ ନିଶା: କାରରେ ଭିଆଇପି ନମ୍ବର ପାଇଁ ୨୭ଲକ୍ଷ ଟଙ୍କାର ନିଲାମ, ଭାଙ୍ଗିଲା ସବୁ ରେକର୍ଡ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ନୋଏଡାରେ ଏକ ଅଜବ ଘଟଣା...

ଶିକାରୀ ଫାଶରେ ପଡିଲା କଲରାପତରିଆ

ଅନୁଗୁଳ : ଶିକାରୀ ଫାଶରେ ପଡିଲା କଲରାପତରିଆ। ଅନୁଗୋଳ ବନଖଣ୍ଡ କରତପଟା...

Related Articles

Popular Categories