ଲକ୍ଷ୍ନୌ: ଲୋକସଭା ନିର୍ବାଚନ ପୂର୍ବରୁ ବହୁଜନ ସମାଜ ପାର୍ଟି(ବିଏସପି)କୁ ଝଟ୍କା ଲାଗିଛି। ଉତ୍ତରପ୍ରଦେଶର ଆମ୍ବେଦକର ନଗର ବିଏସପି ସାଂସଦ ରିତେଶ ପାଣ୍ଡେ ରବିବାର ଦଳରୁ ଇସ୍ତଫା ଦେଇଛନ୍ତି। ସେ ଦଳ ଛାଡ଼ିବା ନେଇ ଦୀର୍ଘ ଦିନ ହେବ ଚର୍ଚ୍ଚା ହେଉଥିଲା। ବିଏସପି ଛାଡ଼ିବା ପରେ ବିଜେପିରେ ସାମିଲ ହୋଇଛନ୍ତି ରିତେଶ ପାଣ୍ଡେ। ଦିଲ୍ଲୀସ୍ଥିତ ବିଜେପି ମୁଖ୍ୟାଳୟରେ ଉତ୍ତରପ୍ରଦେଶ ଉପମୁଖ୍ୟମନ୍ତ୍ରୀ ବ୍ରିଜେଶ ପାଠକ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା ୟୁପି ନିର୍ବାଚନ ପ୍ରଭାରୀ ବୈଜୟନ୍ତ ପଣ୍ଡା ଓ ରାଜ୍ୟ ସଭାପତି ଭୁପେନ୍ଦ୍ର ଚୌଧୁରୀଙ୍କ ଉପସ୍ଥିତିରେ ସେ ବିଜେପିରେ ଯୋଗ ଦେଇଛନ୍ତି।
Popular Categories



