www.samajalive.in
Thursday, December 11, 2025
16.1 C
Bhubaneswar

ଅତିରିକ୍ତ ବଜେଟରେ ବ୍ୟୟ ବରାଦ

ଭୁବନେଶ୍ୱର : ପ୍ରବଳ ହୋ ହାଲ୍ଲା ଓ ପାଟିତୁଣ୍ଡ ମଧ୍ୟରେ ଅର୍ଥମନ୍ତ୍ରୀ ଶଶି ଭୂଷଣ ବେହେରା ରାଜ୍ୟ ବିଧାନସଭାରେ ୨୦୧୮-୧୯ ବର୍ଷ ୧୨ ହଜାର ୭୯୦ କୋଟି ଟଙ୍କାର ଅତିରିକ୍ତ ବଜେଟ ଉପସ୍ଥାପନ କରିଛନ୍ତ। ଏଥିରେ ସମାଜିକ କ୍ଷେତ୍ର ପାଇଁ ୧୩୫୦ କୋଟି ଟଙ୍କାର ଅର୍ଥ ବ୍ୟବସ୍ଥା ରହିଛି । ସେହିପରି …

-ଶ୍ରୀମନ୍ଦିର ଚାରିପଟର ଉନ୍ନତୀକରଣ ଲାଗି ଅବଢ଼ା ଯୋଜନାରେ ୨୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି
-ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ପାଇଁ ୨୦୭୫ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି
-ଏକକ ନିର୍ବାଚନ ବାବଦରେ ୪୧ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି 
-ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠି ପାଇଁ ୧୩ ଶହ ୬୪ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି 
-ସ୍ୱତନ୍ତ୍ର ଉନ୍ନୟନ ପାଣ୍ଠି ପାଇଁ ଶହେ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି 
-ବିଜୁ ଗ୍ରାମ ଯୋଜନା ପାଇଁ ୭୫ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି 
 -ମେକ ଇନ ଓଡିଶା କନକ୍ଲେଭ ପାଇଁ ୧୨ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି 
-ଶିକ୍ଷା ସହାୟକଙ୍କ ଦରମା ବାବଦକୁ ୭୫୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି 
-ସର୍ବଶିକ୍ଷା ଅଭିଯାନ ପାଇଁ ରାଜ୍ୟ ସହାୟତା ବାବଦରେ ୨୪୨ କୋଟି ଏବଂ ଓଡିଶା ଆଦର୍ଶ ବିଦ୍ୟାଳୟ ପାଇଁ ଶହେ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି 
-ପ୍ରଶାସନିକ ବ୍ୟୟ ପାଇଁ  ୧୮୦୦କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି
-ସବୁଜ ମହାନଦୀ ମିଶନ ଲାଗି ୩୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି 
-ସୁଧ ରାଶି ପଇଠ ପାଇଁ ୩୫୦ ଟଙ୍କା ବ୍ୟୟ ବରାଦ କରାଯାଇଛି
-ଜଳସେଚନ ଭିତ୍ତିଭୂମି ଉନ୍ନୟନ ପାଇଁ ୨୩୯ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି 
-ବିଜୁ ପକ୍କା ଘର ଲାଗି ମିଳିଛି ୧୫ ଶହ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି
ପରେ ସାମ୍ବାଦିକ ସମ୍ମିଳନୀରେ ଅର୍ଥମନ୍ତ୍ରୀ ଏହି ସୂଚନା ଦେଇଛନ୍ତି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories