ଅନ୍ତରୀଣ ବଜେଟ୍ ୨୦୨୪ ; ୩ କୋଟି ଲକ୍ଷପତି ଦିଦି ସୃଷ୍ଟି କରାଯିବାକୁ ଲକ୍ଷ୍ୟ ରଖାଯାଇଛି – ଅର୍ଥମନ୍ତ୍ରୀ
ନୂଆଦିଲ୍ଲୀ : ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ଗୁରୁବାର ଅନ୍ତରୀଣ ବଜେଟ୍ ୨୦୨୪ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିଛନ୍ତି। ଏହି ଅବସରରେ ଅର୍ଥମନ୍ତ୍ରୀ କହିଛନ୍ତି, ଆଶା ଓ ଅଙ୍ଗନବାଡି କର୍ମୀଙ୍କୁ ଆୟୁଷ୍ମାନ ଭାରତ ଯୋଜନାରେ ସାମିଲ କରାଯାଇଛି। ୫ କୋଟି ଲକ୍ଷପତି ଦିଦି ସୃଷ୍ଟି କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ୮୩ ଲକ୍ଷ ଏସ୍ଏଚ୍ଜିରେ ଏବେ ୯ କୋଟି ମହିଳା ସାମିଲ ହୋଇଛନ୍ତି। ଏ ଯାବତ୍ ୧ କୋଟି ମହିଳା ଲକ୍ଷପତି ଦିଦି ହୋଇ ସାରିଲେଣି। ସେମାନେ ଅନ୍ୟମାନଙ୍କ ପାଇଁ ପ୍ରେରଣା ବୋଲି ଅର୍ଥମନ୍ତ୍ରୀ ସୀତାରମଣ କହିଛନ୍ତି।
Comments are closed.