www.samajalive.in
Sunday, December 7, 2025
26.1 C
Bhubaneswar

କେନ୍ଦ୍ର ସାଧାରଣ ବଜେଟ୍‌ ; ନୂଆ ନିଯୁକ୍ତିଙ୍କ ପାଇଁ ବଡ ଘୋଷଣା..

ନୂଆଦିଲ୍ଲୀ : ଲୋକସଭାରେ ମଙ୍ଗଳବାର ପୂବାହ୍ନ ୧୧ଟାରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆର୍ଥିକ ବର୍ଷ ୨୦୨୪-୨୫ର କେନ୍ଦ୍ର ସାଧାରଣ ବଜେଟ୍‌ ଉପସ୍ଥାପନ କରିଛନ୍ତି । ଏହି ବଜେଟ୍‌ ରେ କୃଷକ ଓ ଯୁବପିଢିଙ୍କ ପାଇଁ ବଡ ଘୋଷଣା କରାଯାଇଛି । ବଜେଟ୍‌ କୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ କହିଛନ୍ତି, ସାଧାରଣ ବଜେଟ୍‌ ଅମୃତକାଳର ମହତ୍ତ୍ୱପୂର୍ଣ୍ଣ ବଜେଟ୍‌ । ଏହା ପାଞ୍ଚ ବର୍ଷ ପାଇଁ ବିଭିନ୍ନ ଦିଗ ସ୍ଥିର କରିବା ସହ ୨୦୪୭ ପର୍ଯ୍ୟନ୍ତ ବିକଶିତ ଭାରତର ଆଧାରଶିଳା ରଖିବ । ମୋଦୀଙ୍କ ୩ୟ ପାଳିର ଏହା ହେଉଛି ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍‌ ।
ଦେଶରେ ଉଦ୍ୟମିତାକୁ ପ୍ରୋତ୍ସାହିତ କରିବା ଓ ନିଯୁକ୍ତିି ସୁଯୋଗ ବୃଦ୍ଧି କରିବା ଲକ୍ଷ୍ୟରେ ଅର୍ଥମନ୍ତ୍ରୀ ୩ଟି ସ୍କିମ୍‌ ଘୋଷଣା କରିଛନ୍ତି । ପ୍ରଥମ ସ୍କିମ୍‌ ଟି ହେଉଛି ପ୍ରଥମ ଥର ପାଇଁ ଜଣଙ୍କୁ ନୂଆ ନିଯୁକ୍ତି ଦିଆଗଲେ ପ୍ରଥମ ମାସର ଦରମା ସହାୟତା ସରକାରଙ୍କ ପକ୍ଷରୁ ମିଳିବ । ୨ୟ ସ୍କିମ୍‌ ଅନୁଯାୟୀ, ମାନୁଫାକଚରିଂ କ୍ଷେତ୍ରରେ ନିଯୁକ୍ତି ସୁଯୋଗ ସୃଷ୍ଟି ଓ ୩ୟ ସ୍କିମ୍‌ ନିଯୁକ୍ତି ଦାତାମାନଙ୍କୁ ସହାୟତା ।
ଆଉ ୩କୋଟି ଆବାସ ଗୃହ ନିର୍ମାଣ ନେଇ ବଜେଟ୍‌ ଉପସ୍ଥାପନ ସମୟରେ ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି । ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳ ପାଇଁ ୩ କୋଟି ଆବାସ ନିର୍ମାଣ କରାଯିବ ।

ଅଗଷ୍ଟ ମାସରେ ଗ୍ରହଙ୍କ ବଡ ଯୋଗ: ବଦଳିଯିବ ଏହି ରାଶିଙ୍କ ଭାଗ୍ୟ, ଧନ ଠାରୁ ଆରମ୍ଭ କରି ମିଳିବ ଚାକିରି..

Hot this week

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

Related Articles

Popular Categories