ଭୁବନେଶ୍ଵର: ବିଧାନଭାରେ ସୋମବାର ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ଆଗତ ହୋଇଛି। ଅର୍ଥମନ୍ତ୍ରୀ ଦାୟିତ୍ଵରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି। ଏହି ଅବସରରେ ନିଜ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ବିକଶିତ ଓଡ଼ିଶା ଲକ୍ଷ୍ୟରେ ରାଜ୍ୟ ସରକାର ବଜେଟ୍ ପ୍ରସ୍ତୁତ କରିଛନ୍ତି। ଏଥର ବଜେଟ୍ର ମୋଟ୍ ପରିମାଣ ୨ ଲକ୍ଷ ୯୦ ହଜାର କୋଟି ରହିଛି। ୨୦୨୫-୨୬ ଆର୍ଥିକ ବର୍ଷର ଅଭିବୃଦ୍ଧି ହାର ୭.୨ ପ୍ରତିଶତ ରହିବ ବୋଲି ସେ କହିଛନ୍ତି। ବଜେଟ୍ ଉପସ୍ଥାପନ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଗତ ମାସରେ ପ୍ରବାସୀ ଭାରତୀୟ ଦିବସ ଓ ଉତ୍କର୍ଷ ଓଡ଼ିଶା କନ୍କ୍ଲେଭ୍ ସଫଳ ହୋଇଛି। ଉତ୍କର୍ଷ ଓଡ଼ିଶା ଜରିଆରେ ୫୯୩ ପ୍ରକଳ୍ପକୁ ଗ୍ରହଣ କରାଯାଇଛି। ମୋଟ୍ ୧୬ ଲକ୍ଷ ୭୩ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ ଲକ୍ଷ୍ୟ ରହିଛି। ଏଥିସହ ୧୨ ଲକ୍ଷ ୮୮ ହଜାର ନିଯୁକ୍ତି ନେଇ ଆଶାବାଦୀ ଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଶିକ୍ଷା, ସ୍ଵାସ୍ଥ୍ୟ କ୍ଷେତ୍ରରେ ଅଧିକ ସମ୍ବଳ ବିନିଯୋଗ ଲକ୍ଷ୍ୟ ରଖିଥିବା ସେ ନିଜ ଅଭିଭାଷଣରେ କହିଛନ୍ତି।
ବିକଶିତ ଓଡ଼ିଶା ଲକ୍ଷ୍ୟରେ ବଜେଟ୍ ପ୍ରସ୍ତୁତ କରିଛନ୍ତି ରାଜ୍ୟ ସରକାର: ମୁଖ୍ୟମନ୍ତ୍ରୀ
Popular Categories



