www.samajalive.in
Sunday, December 14, 2025
26.1 C
Bhubaneswar

ବଜେଟ୍‌ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ଲକ୍ଷ୍ମୀ ଆରାଧନା: କହିଲେ- ଗରିବ ଏବଂ ମଧ୍ୟବିତ୍ତଙ୍କ ଉପରେ ବିଶେଷ କୃପା ରହୁ

ନୂଆଦିଲ୍ଲୀ: ସଂସଦର ବଜେଟ୍ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହେଉଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ସହ ଆରମ୍ଭ ହେବାକୁ ଥିବା ବଜେଟ୍ ଅଧିବେଶନର ପ୍ରଥମ ଦିନରେ ଅର୍ଥନୈତିକ ସର୍ବେକ୍ଷଣ ଉପସ୍ଥାପିତ ହେବ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ୨୦୨୪-୨୫ ଆର୍ଥିକ ବର୍ଷର ଅର୍ଥନୈତିକ ସର୍ବେକ୍ଷଣ ଉପସ୍ଥାପନ କରିବେ, ଯାହାକୁ ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତା ଭି ଅନନ୍ତ ନାଗେଶ୍ୱରନଙ୍କ ନେତୃତ୍ୱାଧୀନ ଟିମ୍ ପ୍ରସ୍ତୁତ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବଜେଟ୍ ଅଧିବେଶନରେ ସାମିଲ ହେବାକୁ ସଂସଦ ଭବନରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ଏହି ଅବସରରେ ସାମ୍ବାଦିକମାନଙ୍କୁ ସମ୍ବୋଧିତ କରି ଧନର ଦେବୀ ମା’ ଲକ୍ଷ୍ମୀଙ୍କୁ ସ୍ମରଣ କରିବାସହ ସମୃଦ୍ଧିର ଦେବୀଙ୍କ ସ୍ତୁତି ପାଠ କରିଛନ୍ତି ଏବଂ କହିଛନ୍ତି ଏହା ବହୁ ପୁରୁଣା ପରମ୍ପରା। ସେ କହିଛନ୍ତି, ମା’ ଲକ୍ଷ୍ମୀଙ୍କୁ ପ୍ରାର୍ଥନା କରୁଛି ଯେ ସମୃଦ୍ଧି ଓ ବିବେକ, ସମୃଦ୍ଧି ଓ କଲ୍ୟାଣ ପ୍ରଦାନ କରନ୍ତୁ। ମୁଁ ପ୍ରାର୍ଥନା କରୁଛି ଯେ, ଦେଶର ପ୍ରତ୍ୟେକ ଗରିବ ଏବଂ ମଧ୍ୟବିତ୍ତଙ୍କ ଉପରେ ମା’ ଲକ୍ଷ୍ମୀଙ୍କ ବିଶେଷ କୃପା ରହୁ। ଗଣତନ୍ତ୍ରର ୭୫ ବର୍ଷ ପୂରଣ ହୋଇଛି ଏବଂ ଏହା ପ୍ରତ୍ୟେକ ନାଗରିକଙ୍କ ପାଇଁ ଗର୍ବର ବିଷୟ।

ବଜେଟ୍ ଅଧିବେଶନ ଜାନୁଆରୀ ୩୧ରୁ ଏପ୍ରିଲ ୪ ପର୍ଯ୍ୟନ୍ତ ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ। ଅଧିବେଶନର ପ୍ରଥମ ପର୍ଯ୍ୟାୟ ଫେବୃଆରୀ ୧୩ରେ ଶେଷ ହେବ ଏବଂ ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୧୦ରୁ ଆରମ୍ଭ ହେବ। ଫେବୃଆରୀ ୧ରେ କେନ୍ଦ୍ର ବଜେଟ୍ ଉପସ୍ଥାପନ କରାଯିବ।

Hot this week

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

Related Articles

Popular Categories