www.samajalive.in
Friday, December 5, 2025
17.1 C
Bhubaneswar

ବଜେଟ ଅଧିବେଶନ: ରାଷ୍ଟ୍ରପତିଙ୍କ ଅଭିଭାଷଣରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ପଂକ୍ତି

ନୂଆଦିଲ୍ଲୀ: ବୁଧବାର ଠାରୁ ଆରମ୍ଭ ହୋଇଛି ସଂସଦର ବଜେଟ ଅଧିବେଶନ । ପ୍ରଥମ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସଂସଦର ଉଭୟ ଗୃହକୁ ସମ୍ବୋଧନ କରିଛନ୍ତି । ଅଧିବେଶନରେ କେନ୍ଦ୍ର ସରକାରଙ୍କ ଅନେକ ଯୋଜନାର ସଫଳତା ଓ ଗାରିମା ବଖାଣିଥିଲେ ରାଷ୍ଟ୍ରପତି । ତେବେ ସେ ଏହି ଅବସରରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ପଂକ୍ତିକୁ ଓଡ଼ିଆରେ କହିବା ସହ ବୁଝାଇଥିଲେ । ଗୋପବନ୍ଧୁଙ୍କ ପଂକ୍ତି ‘‘ମିଶୁ ମୋର ଦେହ ଏ ଦେଶ ମାଟିରେ, ଦେଶବାସୀ ଚାଲି ଯାଆନ୍ତୁ ପିଠିରେ, ଦେଶର ସ୍ୱରାଜ୍ୟ ପଥେ ଯେତେ ଗାଡ଼, ପୁରୁ ତହିଁ ପଡି ମୋର ମାଂସ ହାଡ଼’’ କହିବା ପରେ ପରେ ହିନ୍ଦୀରେ ଅନୁବାଦ କରି ବୁଝାଇଥିଲେ ରାଷ୍ଟ୍ରପତି । ରାଷ୍ଟ୍ରପତିଙ୍କ ଏହି ଅଭିଭାଷଣରେ ଗୃହରେ ଉପସ୍ଥିତ ସମସ୍ତ ସଦସ୍ୟ ମଧ୍ୟ ସମର୍ଥନ ଜଣାଇ ଉତ୍ସାହିତ କରିଥିଲେ । ଜାନୁଆରୀ ୩୧ଠାରୁ ଆରମ୍ଭ ହୋଇଥିବା ଅଧିବେଶନ ଫେବ୍ରୁଆରୀ ୯ତାରିଖ ପର୍ଯ୍ୟନ୍ତ ଚାଲିବ ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories