www.samajalive.in
Tuesday, December 9, 2025
16.1 C
Bhubaneswar

ଆଜି ସଂସଦର ବଜେଟ୍ ଅଧିବେଶନ: ମଙ୍ଗଳବାର କେନ୍ଦ୍ର ବଜେଟ୍

ନୂଆଦିଲ୍ଲୀ: ଆଜିଠୁ ଆରମ୍ଭ ହେବାକୁ ଯାଉଛି ସଂସଦର ବଜେଟ୍ ଅଧିବେଶନ। ଏହା ଅଗଷ୍ଟ ୧୨ ତାରିଖ ଯାଏଁ ଚାଲିବ। ଅଧିବେଶନରେ ମୋଟ୍ ୧୯ଟି କାର୍ଯ୍ୟଦିବସ ରହିଛି। ସରକାର ଏହି ସମୟରେ ୬ଟି ବିଲ୍ ଆଗତ କରିବାର ସମ୍ଭାବନା ରହିଛି। ୨୩ ତାରିଖରେ ବଜେଟ୍ ଉପସ୍ଥାପନ ହେବ। ମୋଦୀ ସରକାରଙ୍କ ତୃତୀୟ ପାଳିର ପ୍ରଥମ ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଆଜି ପ୍ରଥମ ଦିନରେ ଗୃହରେ ଉପସ୍ଥାପନ ହେବ ୨୦୨୩-୨୪ ବର୍ଷର ଅର୍ଥନୈତିକ ସର୍ଭେ ରିପୋର୍ଟ।  ବଜେଟ୍ ଅଧିବେଶନ ପୂର୍ବରୁ ଗୃହ କାର୍ଯ୍ୟକୁ ସୁରୁଖୁରୁରେ ଚଳାଇବା ପାଇଁ ସବୁ ଦଳର ସହଯୋଗ ଲୋଡିଥିଲେ କେନ୍ଦ୍ର ସରକାର। ଆଜି କଂଗ୍ରେସର ସଂସଦୀୟ ଦଳ ବୈଠକ ବସିବାକୁ ଥିବାବେଳେ ନିଟ୍ ଅନିୟମିତତା, ବେରୋଜଗାରୀ ଏବଂ ଜାତୀୟ ସୁରକ୍ଷା ଆଦି ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ହେଉଛନ୍ତି ବିରୋଧୀ। 

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories