www.samajalive.in
Saturday, December 6, 2025
23.1 C
Bhubaneswar

ଆଜିଠୁ ଅଧିବେଶନ, କାଲି ବଜେଟ୍

ନୂଆଦିଲ୍ଲୀ : ଆଜିଠୁ ସଂସଦର ବଜେଟ୍ ଅଧିବେଶନ ଆରମ୍ଭ ହେବ । ଏହାପୂର୍ବରୁ ଗତକାଲି ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ବିଭିନ୍ନ ଦଳର ନେତାମାନେ ଉପସ୍ଥିତ ଥିଲେ।  ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ , ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜଜୁ , ସ୍ଵାସ୍ଥ୍ୟମନ୍ତ୍ରୀ ଜେ.ପି ନଡ୍ଡା ପ୍ରମୁଖ ଏହି ବ୍ରେଠକରେ ଯୋଗ ଦେଇଥିଲେ। ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଭୟ ଗୃହକୁ ସମ୍ବୋଧନ କରିବେ।  ଏବଂ ବଜେଟ୍ ଅଧିବେଶନର ଶୁଭାରମ୍ଭ କରିବେ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ ତାରିଖରେ କେନ୍ଦ୍ର ବଜେଟ୍ ଉପସ୍ଥାପନ କରିବେ। ସଂସଦର ବଜେଟ୍ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଜାନୁଆରୀ ୩୧ରୁ ଆରମ୍ଭ ହୋଇ ଫେବୃଆରୀ ୧୩ରେ ଶେଷ ହେବ। ଅଧିବେଶନର ଦ୍ଵିତୀୟ ପର୍ଯ୍ୟାୟ ମାର୍ଚ୍ଚ ୧୦ରୁ ଆରମ୍ଭ ହୋଇ ଏପ୍ରିଲ ୪ରେ ଶେଷ ହେବ।

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories