www.samajalive.in
Saturday, December 6, 2025
23.1 C
Bhubaneswar

ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟ କରୋନା ସଂକ୍ରମିତ; ହସପିଟାଲରେ ଭର୍ତ୍ତି

କୋଲକାତା: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟ କରୋନାରେ ସଂକ୍ରମିତ ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ହସପିଟାଲରେ ଭର୍ତ୍ତି କରାଯାଇଛି। ୭୭ ବର୍ଷ ବୟସ୍କ ସିପିଆଇ (ଏମ) ନେତା ଗତ ସପ୍ତାହରେ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ ଏବଂ ନିଜ ଘରେ ରହି ଚିକିତ୍ସିତ ହେଉଥିଲେ। ତାଙ୍କ ଅବସ୍ଥା ଗୁରୁତର ହୋଇପଡିବାରୁ ମଙ୍ଗଳବାର ଦିନ ତାଙ୍କୁ କୋଲକାତାସ୍ଥିତ ଏକ ଘରୋଇ ଡାକ୍ତରଖାନାର ଆଇସିୟୁରେ ଭର୍ତ୍ତି କରାଯାଇଛି। ତାଙ୍କ ପରିବାର ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ ବୁଦ୍ଧଦେବଙ୍କ ସ୍ୱାସ୍ଥ୍ୟବସ୍ଥା ଭଲ ଅଛି। ସେ କ୍ରନିକ ଅବଷ୍ଟ୍ରକଟିଭ ପଲମୋନାରୀ ଡିଜିଜ (ସିଓପିଡି)ରେ ଆକ୍ରାନ୍ତ ଥିବାରୁ ତାଙ୍କୁ ନିରନ୍ତର ଅମ୍ଳଜାନ ସହାୟତା ଆବଶ୍ୟକ ପଡୁଛି। ବାତ୍ୟା ୟସ୍‍କୁ ଦୃଷ୍ଟିରେ ରଖି ତାଙ୍କୁ ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ହସପିଟାଲକୁ ସ୍ଥାନାନ୍ତର କରାଯାଇଛି। ସୂଚନାଯୋଗ୍ୟ ଯେ ବୁଦ୍ଧଦେବଙ୍କ ପତ୍ନୀ ମୀରା ଭଟ୍ଟାଚାର୍ଯ୍ୟ ମଧ୍ୟ ଚଳିତ ମାସ ୧୭ ତାରିଖରେ କୋଭିଡ ସଂକ୍ରମିତ ଚିହ୍ନଟ ହୋଇଥିଲେ। ତାଙ୍କୁ ଚିକିତ୍ସା ପାଇଁ ହସପିଟାଲରେ ଭର୍ତ୍ତି କରାଯାଇଥିଲା। ୨୪ ତାରିଖରେ ସେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ହସପିଟାଲ ସୂତ୍ରରୁ କୁହାଯାଇଛି, ବୁଦ୍ଧଦେବଙ୍କ ଶରୀରର ସମସ୍ତ ମୁଖ୍ୟ ଅଙ୍ଗ ପ୍ରତ୍ୟଙ୍ଗ ଠିକ୍‍ ଭାବରେ କାର୍ଯ୍ୟ କରୁଛି। ତେବେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପ୍ରତି ବରାବର ନଜର ରଖାଯାଇଛି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories