www.samajalive.in
Sunday, December 14, 2025
15.1 C
Bhubaneswar

ଲଦାଖ କାର୍ଗିଲରେ ଭୂସ୍ଖଳନ, କୋଠା ଭୁଶୁଡ଼ି ୧୨ ଆହତ

ଡେସ୍କ: ଲଦାଖର କାର୍ଗିଲର କାବାରୀ ନାଲା ଅଞ୍ଚଳରେ ଭୂସ୍ଖଳନ ଯୋଗୁଁ ଆଜି ଏକ କୋଠା ଭୁଶୁଡ଼ି ପଡ଼ିଛି। ଏଥିରେ ୧୨ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଭାରତୀୟ ସେନା, ଲଦାଖ ପୁଲିସ ଏବଂ ଉଦ୍ଧାରକାରୀ ଦଳ ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ ଏବଂ ସମସ୍ତ ଆହତଙ୍କୁ ଚିକିତ୍ସା ପାଇଁ ସୁରକ୍ଷିତ ଭାବେ କାର୍ଗିଲ ଜିଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୋମାଲିଆର ଏକ ହୋଟେଲରେ ଆତଙ୍କବାଦୀ ଆକ୍ରମଣ – ୩୫ ମୃତ, ୧୨୬ ଆହତ

- Advertisement -

କାର୍ଗିଲର ମୁଖ୍ୟ କାର୍ଯ୍ୟନିର୍ବାହୀ କାଉନସିଲର ଡ.ଜାଫର ଅଖୋନେ, ଡେପୁଟି କମିଶନର କାର୍ଗିଲ ବାଲାସାବ ସୁସେ ଓ ବରିଷ୍ଠ ପୁଲିସ ଅଧୀକ୍ଷକଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିଛନ୍ତି। କାର୍ଗିଲ ଡେପୁଟି କମିଶନର ବାଲାସାବ ସୁସେ କହିଛନ୍ତି ଯେ ଦୁର୍ଘଟଣାର କାରଣ ଅନୁସନ୍ଧାନ ପାଇଁ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯିବ। ଏବେ ଅତିରିକ୍ତ ରାଜସ୍ୱ କମିସନର ଏହି ଘଟଣାର ତଦନ୍ତ କରୁଛନ୍ତି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories