www.samajalive.in
Saturday, December 6, 2025
16.1 C
Bhubaneswar

ବୁର୍ଲାରେ ମାରଣାସ୍ତ୍ର ଦେଖାଇ ଆତଙ୍କ ସୃଷ୍ଟି କରୁଥିବା ଯୁବକ ଗିରଫ 

ବୁର୍ଲା : ବୁର୍ଲାରେ ମାରଣାସ୍ତ୍ର ଦେଖାଇ ଆତଙ୍କ ସୃଷ୍ଟି କରୁଥିବା ଯୁବକ ଗିରଫ। ଅଭିଯୁକ୍ତ ଜଣକ ଝାରଖଣ୍ଡ ଗୁମଲା ଜିଲ୍ଲା ଶାସ୍ତ୍ରୀ ନଗରର ରାହୁଲ ସାହୁ ବୋଲି ଜଣାପଡିଛି ।  ତା’ ଠାରୁ  ଦେଶୀ ପିସ୍ତଲ, ଦୁଇଟି ଜୀବନ୍ତ ଗୁଳି, ଗୋଟିଏ କାର୍ ଏବଂ  ଦୁଇଟି ମୋବାଇଲ ଫୋନ୍ ଜବତ ହୋଇଛି । ରାହୁଲ ସାହୁ ହୀରାକୁଦ ରେଳଷ୍ଟେସନ ରାସ୍ତାରେ ମାରଣାସ୍ତ୍ର ଧରି ଲୋକଙ୍କୁ ଭୟଭୀତ କରୁଥିବା ସୂଚନା ଥାନାରେ ପହଞ୍ଚି ଥିଲା । ଏହି ସମୟରେ ପାଟ୍ରୋଲିଂରେ ଥିବା ବୁର୍ଲା ଥାନାର ଏସ୍‌ଆଇ ଆଶିଷ କୁମାର ନାୟକ ଘଟଣାସ୍ଥଳରେ ପହଞ୍ଚି ରାହୁଲ ସାହୁକୁ କାବୁ କରିଥିଲେ । ତା ନିକଟରୁ ପିସ୍ତଲ ଓ ଅଫୁଟା ଗୁଳି ଜବତ ହୋଇଥିଲା।
ପୁଲିସ୍ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories